ଲାଓସ୍‌ରେ ଫସିରହିଥିବା ପ୍ରବାସୀଙ୍କ ଫେରିବା ବାଟକୁ ଚାହିଁଛନ୍ତି ପରିବାର

କେନ୍ଦ୍ରାପଡ଼ା, ୧୮।୧୦ (ଜଗନ୍ନାଥ ଧଳ):  କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅଞ୍ଚଳର ୨୫ ଶ୍ରମିକ ମ୍ୟାନ୍‌ମାର ଓ ଚାଇନା ମଧ୍ୟବର୍ତ୍ତୀ ଲାଓସ୍‌ରେ ଫସି ରହିଛନ୍ତି। ସେମାନଙ୍କ ନିର୍ଯାତନା କାହାଣୀ ଜାଣିବା ପରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ଫେରି ଆସିବେ ବୋଲି ପରିବାର ସଦସ୍ୟ ଆଶା ରଖିଛନ୍ତି। ତେବେ ଏହି ଜିଲାର ପ୍ରବାସୀ ସମସ୍ୟା ଦିନକୁ ଦିନ ବଢ଼ି ଚାଲିଛି। ୨୦୨୨ ମହାକାଳପଡ଼ା ବ୍ଲକ କୁମ୍ଭାରପଡ଼ା ଗାଁର ମାଗୁଣି ସ୍ବାଇଁଙ୍କ ପୁଅ କମଳାକାନ୍ତ (୨୫) ପରିବାର ପ୍ରତିପୋଷଣ ପାଇଁ ଶ୍ରୀଲଙ୍କା ଯାଇଥିଲେ। କଲମ୍ବୋଠାରେ ଅଶୋକ ଷ୍ଟିଲ୍‌ ଇଣ୍ଡଷ୍ଟ୍ରି ପ୍ରାଇଭେଟ୍‌ ଲିମିଟେଡ୍‌ରେ ମାସିକ ୧୬ ହଜାର ଟଙ୍କାରେ କାମ କରୁଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଖବର ପରିବାର ନିକଟରେ ପହଞ୍ଚତ୍ଥିଲା। ସେହିପରି ପଟ୍ଟାମୁଣ୍ଡାଇ ଓ ଆଳି ବ୍ଲକର ଅଜୟ ମଲ୍ଲିକ, ମନୋରଞ୍ଜନ ଖୁଣ୍ଟିିଆ, ପ୍ରଫୁଲ୍ଲ ସେଠୀ, ହିମାଂଶୁ ମହାନ୍ତି, ବିକାଶ ବେଉରା, ସତ୍ୟେନ୍ଦ୍ର ଯାଦବ, ପ୍ରକାଶ ନାୟକ, ଦୀପକ ଭୂୟାଁ, ବଳରାମ ମଲ୍ଲିକ, ମନୋଜ ମଲ୍ଲିକ ପ୍ରମୁଖ ୧୨ ଜଣ ଦୁବାଇକୁ କର୍ମ ଅନ୍ବେଷଣରେ ଯାଇଥିଲେ। ଡିପ୍ଲୋମା ଓ ଆଇଟିଆଇ ପାସ୍‌ କରି ଯାଇଥିବା ଏହି ଯୁବକଙ୍କୁ ଠିକାଦାର ନେଇଥିବା ବେଳେ ସେଠାରେ ଏମାନଙ୍କୁ ଛାଡ଼ି କେଉଁଆଡ଼େ ପଳାଇଯାଇଥିଲେ। କୌଣସି ପ୍ରକାର ଅଜୟ ଘରକୁ ଫେରିଥିବା ବେଳେ ୧୧ ଯୁବକ ଏବେ ଦୁବାଇରେ ଫସିଯାଇଥିବା ଖବର ପ୍ରକାଶ ପରେ ପ୍ରଶାସନିକ ଅଧିକାରୀ ଓ ଜିଲାର କେତେଜଣ ରାଜନେତାଙ୍କ ଉଦ୍ୟମ ପରେ ଘରକୁ ଫେରିଥିଲେ। ଏ ନେଇ ଆଳି ଥାନା ଓ ଜିଲା ପ୍ରଶାସନକୁ ଏ ସମ୍ପର୍କରେ ଲିଖିତ ଅଭିଯୋଗ ପ୍ରଦାନ କରାଯାଇଥିଲା। ପ୍ରବାସରେ ଥିବା କେନ୍ଦ୍ରାପଡ଼ାର ଏହି ଶ୍ରେଣୀର ଯୁବବର୍ଗ ଏବେ ବି ମୃତ୍ୟୁ ଓ ନିର୍ଯାତନାର ସାମ୍ନା କରୁଛନ୍ତି। ସ୍ଥାନୀୟ ଅଞ୍ଚଳରେ କର୍ମନିଯୁକ୍ତି ସମସ୍ୟା ସମାଧାନ ହୋଇପାରୁ ନ ଥିବାରୁ ଏପରି ଘଟଣା ନଜରକୁ ଆସୁଛି। ଏ ସମ୍ପର୍କରେ ସାମାଜିକ କର୍ମୀ ବାନାମ୍ବର ସାହୁ, ବୁଦ୍ଧିଜୀବୀ ଚିତ୍ତରଞ୍ଜନ ସାହୁ, ଚିତ୍ତରଞ୍ଜନ ଦାସ, ସୁଶାନ୍ତ କୁମାର ନାୟକ ପ୍ରମୁଖ କହିଛନ୍ତି, ପ୍ରବାସୀ ଶ୍ରମିକଙ୍କ ନିର୍ଯାତନା କାହାଣୀ ଏହି ଜିଲାରେ ନୂଆ ନୁହେଁ। ସେହିପରି ନିର୍ଯାତନା କାହାଣୀ ପ୍ରତିମାସରେ ଶୁଣିବାକୁ ମିଳୁଛି। ଗତ କରୋନା ସଂକ୍ରମଣ କାଳରେ ଏହି ଜିଲାକୁ ମୋଟ ୫୮,୭୩୭ ଜଣ ପ୍ରବାସୀ ଆସିଥିବା ଜିଲା ଜରୁରିକାଳୀନ ବିଭାଗରେ ପଞ୍ଜୀକୃତ ହୋଇଛି। ତେବେ ଜିଲାର ୧୬ ଲକ୍ଷ ଲୋକଙ୍କ ମଧ୍ୟରୁ ପ୍ରବାସୀଙ୍କ ସଂଖ୍ୟା ପ୍ରାୟ ୪୭ ପ୍ରତିଶତ ଶ୍ରମିକ କର୍ମ ଅନ୍ବେଷଣରେ ବାହାରକୁ ଯାଉଥିବା ଏକ ସାମାଜିକ ସଙ୍ଗଠନର ସର୍ଭେ ରିପୋର୍ଟରୁ ତଥ୍ୟ ମିଳିଛି। ଅଦ୍ୟାବଧି ଜିଲାରେ କ୍ଷୁଦ୍ର, ମଧ୍ୟମ ତଥା ବୃହତ୍‌ ଶିଳ୍ପ ନାହିଁ। ସେହିପରି ରାଜ୍ୟର ନଦୀପଥରେ ଦ୍ୱିତୀୟ ବୃହତମ ହୋଇଥିଲେ ମଧ୍ୟ ଜଳ ପରିଚାଳନା ପାଇଁ କୃଷି କ୍ଷେତ୍ର ବିପର୍ଯ୍ୟସ୍ତ ହୋଇଛି। ଜାତୀୟ ଉଦ୍ୟାନ ଓ ରାମସାର ସାଇଟ୍‌ ଭାବେ ଭିତରକନିକା ମାନ୍ୟତା ପାଇଥିଲେ ମଧ୍ୟ ପର୍ଯ୍ୟଟନ ଶିଳ୍ପ ରୁଗ୍‌ଣ ଅବସ୍ଥାରେ ଅଛି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ରାଜନେତା ଓ ପ୍ରଶାସକଙ୍କ ସମନ୍ବୟ ଅଭାବରୁ ତୃଣମୂଳସ୍ତରରେ ପହଞ୍ଚତ୍ ପାରୁନାହିଁ। ଏପରିସ୍ଥିତିରେ ଜିଲାର ଯୁବବର୍ଗ ବାଧ୍ୟହୋଇ ପ୍ରବାସକୁ ଦାଦନ ଖଟିବାକୁ ଯାଉଛନ୍ତି। ଏହି ଯୁବବର୍ଗଙ୍କୁ ଶ୍ରମିକ ଦଲାଲ ଅର୍ଥ ପ୍ରଲୋଭନ ଦେଖାଇ ନେଉଥିଲେ ମଧ୍ୟ ଏମାନଙ୍କର ଲାଇସେନ୍ସ ନାହିଁ। ଫଳରେ ପ୍ରବାସରେ ନିର୍ଯାତିତ ଅଥବା ମୃତ୍ୟୁ ହେଲେ ପ୍ରଶାସନ ନିକଟରେ ଖବର ପହଞ୍ଚତ୍ ପାରୁନାହିଁ। ଏପରିକି ସରକାରୀ କ୍ଷତିପୂରଣରୁ ଶ୍ରମିକଙ୍କ ପରିବାର ବଞ୍ଚତ୍ତ ହେଉଛନ୍ତି। ଗ୍ରାମୱାରି ଶ୍ରମିକ ଚିହ୍ନଟକୁ ଜିଲା ପ୍ରଶାସନ ଗୁରୁତ୍ୱ ଦେଇ ପଞ୍ଜୀକୃତ କଲେ ଶ୍ରମିକଙ୍କ ନିର୍ଯାତନା କାହାଣୀ କମିବ ବୋଲି ସେମାନେ ପ୍ରକାଶ କରିଛନ୍ତି। ଶ୍ରମିକଙ୍କ ପଞ୍ଜୀକରଣ ସମ୍ପର୍କରେ ଡିଭିଜନାଲ ଶ୍ରମ କମିଶନର ପ୍ରଦୀପ୍ତ ମହାନ୍ତିଙ୍କୁ ପଚାରିବାରେ ଶ୍ରମିକ ଚିହ୍ନଟ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଉଛି। ଜିଲାର ଶ୍ରମିକ ଜିଲା ଶ୍ରମ କାର୍ଯ୍ୟାଳୟରେ ନିଜ ନାମ ପଞ୍ଜୀକୃତ କରି ବାହାରକୁ ଯିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri