ଭୁବନେଶ୍ବର,୨୫।୧୧: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ଶନିବାର ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ପଠାଇବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି। ସେମାନେ ହେଲେ ନବରଙ୍ଗପୁର ଜିଲାର ଫୁଲଚାନ୍ଦ ଭତ୍ରା, ମୟୂରଭଞ୍ଜ ଜିଲାର ବିମଳା ନାୟକ, ଚିତ୍ତରଞ୍ଜନ ନାୟକ
ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତର କାଶୀରେ ପହଞ୍ଚି ସାରିଛନ୍ତ।
ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ।
ସୂଚନାଯୋଗ୍ୟ, ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ ଫସି ରହିଛନ୍ତି। ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି । ଏହି ଶ୍ରମିକ ମାନେ ହେଲେ ଭଦ୍ରକ ଜିଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା ଏବଂ ମୟୂରଭଞ୍ଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ।