ଅମଳ ପରେ ପ୍ରଥମ ଫସଲକୁ ମୁଖ୍ୟମନ୍ତ୍ରୀଙ୍କୁ ଉପହାର ଦେଲେ ଚାଷୀ

କେନ୍ଦୁଝର,୨୨।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପକ୍ଷରୁ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରୋତ୍ସାହନରେ ଜୈବିକ ପଦ୍ଧତିରେ ହରିଚନ୍ଦନପୁର ବ୍ଲକରେ ହୋଇଛି ଷ୍ଟ୍ରବେରୀ ଚାଷ। ଶନିବାର ପ୍ରଜାପିତା ବ୍ରହ୍ମକୁମାରୀ କେନ୍ଦୁଝର ଶାଖାର ନବନିର୍ମିତ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରିବାକୁ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଷ୍ଟ୍ରବେରୀ ଚାଷୀ ଭେଟି ନିଜ ପ୍ରଥମ ଅମଳକୁ ଉପହାର ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଷ୍ଟ୍ରବେରୀ ବିକ୍ରି ପାଇଁ ହୋଇଥିବା ଷ୍ଟଲକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି।

କାର୍ଯ୍ୟକ୍ରମରେ ଜିଲାପାଳ ବିଶାଲ ସିଂହ, କେନ୍ଦୁଝର ସମନ୍ବିତ ଆଦିବାସୀ ବିକାଶ ସଂସ୍ଥାର ପ୍ରକଳ୍ପ ଅଧିକାରୀ ସୌମ୍ୟ ସାର୍ଥକ ମିଶ୍ର, ପ୍ରକଳ୍ପ ପ୍ରବନ୍ଧକ ସଚ୍ଚିଦାନନ୍ଦ ମିଶ୍ରଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଷ୍ଟ୍ରବେରୀ ଚାଷୀଙ୍କୁ ଅଧିକ ପରିମାଣରେ ଚାଷ କରି ଲାଭାନ୍ବିତ ହେବାକୁ ପରାମର୍ଶ ଦେଇଥିଲେ। ଏପରିକି ଚାଷୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮ା୪: ଅବସରପ୍ରାପ୍ତ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସୋମବାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ପୂର୍ବତନ ଭାରତୀୟ କ୍ରିକେଟର ଏହି ସମ୍ମାନଜନକ ପୁରସ୍କାର ରାଷ୍ଟ୍ରପତି ଦ୍ରୌପଦୀ...

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା...

କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଧର୍ମଗଡ଼, ୨୮ା୪ (ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଚିଲିଚିଲା ଗ୍ରାମର ହେମନ୍ତ ନାଏକ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିବାବେଳେ ରବିବାର ଏକ କାର୍‌...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image