ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ଆଗରେ ଚାଷୀଙ୍କ ଧାରଣା

ବରଗଡ଼,୩୦ା୧୨(ପ୍ରେମାନନ୍ଦ ଖମାରୀ: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୫ସପ୍ତାହରୁ ଅଧିକ ସମୟ ବିତି ଯାଇଛି। କିନ୍ତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। କିନ୍ତୁ ମଣ୍ଡିରୁ ଧାନ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ବାରମ୍ବାର ଜିଲା ପ୍ରଶାସନକୁ ଜଣାଇବା ସତ୍ତ୍ବେ କିଛି ସୁଫଳ ମିଳି ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। କଟ୍‌ନିଛଟନିରେ ରାଜି ହେଲେ ଧାନ ଉଠୁଛି ଏବଂ ମଣ୍ଡିଗୁଡ଼ିକରେ ମିଲର୍ସ ଏବଂ ବେପାରୀଙ୍କ ଦାଦାଗିରି ବଢ଼ିଚାଲିଛି ବୋଲି ଚାଷୀମାନେ କହିଛନ୍ତି। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢି ଚାଲିଛି। ଏହି କ୍ରମରେ ସୋମବାର ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନ ନେତୃତ୍ୱରେ ଚାଷୀମାନେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି। ଧାରଣାରେ ପାଣିମୋରା, ସୁଲସୁଲିଆ ଆଦି ଅଞ୍ଚଳର ଚାଷୀମାନେ ସାମିଲ ଅଛନ୍ତି। ମଣ୍ଡିରୁ ଧାନ ନ ଉଠିବା ପର୍ଯ୍ୟନ୍ତ ଧାରଣାରୁ ଚାଷୀମାନେ ଉଠିବେ ନାହିଁ ବୋଲି ଜୟ କିଷାନ ଆନ୍ଦୋଳନର ସମ୍ପାଦକ ହର ବଣିଆ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ୨୬ଟଙ୍କାରେ ମିଳିବ ମାସେ ଯାଏ ଭ୍ୟାଲିଡିଟି, ଜିଓର ଧମାକାଦାର ପ୍ଲାନ

ଜିଓ ୟୁଜର୍ସଙ୍କ ପାଇଁ ଖୁସି ଖବର। ଏଣିକି ଉପଭୋକ୍ତାମାନଙ୍କୁ ମାତ୍ର 26 ଟଙ୍କାରେ 28 ଦିନର ବୈଧତା ସହିତ ସବୁଠାରୁ ଶସ୍ତା ପ୍ଲାନ ମିଳିବ। ଏହି...

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬...

ପୋଲ କାମ ବେଳେ ପଥର ବିସ୍ଫୋରଣ, ଚାଲିଗଲା ଶ୍ରମିକଙ୍କ ଜୀବନ

ବେଲଗୁଣ୍ଠା,୧୬ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଜାଲଖାଇ ବ୍ରିଜ୍‌ କାମ ବେଳେ ପଥର ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ...

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର...

ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ...

ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…

ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ...

ଭାଜପାର ସକ୍ରିୟ ସଦସ୍ୟତା ବୈଠକ, ଦଳକୁ ସୁଦୃଢ଼ କରିବାକୁ ଆହ୍ବାନ ଦେଲେ ନେତା

ବେଗୁନିଆପଡା,୧୬।୪(ସୁଶାନ୍ତ ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା କଲ୍ୟାଣ ମଣ୍ଡପଠାରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସକ୍ରିୟ ସଦସ୍ୟତା ବୈଠକ ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବୁଥ...

ଓଡ଼ିଶାରେ ସବୁ ରେକର୍ଡ ଭାଙ୍ଗିଲା ସୁନା ମୂଲ୍ୟ, ଦୁଇଦିନରେ ଛୁଇଁବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ୧୦ ଗ୍ରାମ ପାଇଁ ମୂଲ୍ୟ ୯୬,୦୦୦ ଟଙ୍କା ଅତିକ୍ରମ କରିଛି। ଭୁବନେଶ୍ୱର ବଜାରରେ, ୨୪ କ୍ୟାରେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image