ହାତୀ ଆକ୍ରମଣରେ ଚାଲିଗଲା ଚାଷୀଙ୍କ ଜୀବନ, ଜଣେ ଗୁରୁତର

ଖୋର୍ଦ୍ଧା ଅଫିସ୍‌/ବେଗୁନିଆ,୨।୧(ଡି.ଏନ.ଏ):ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ ସିକୋ ଗାଁରେ ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ଜଣେ ଚାଷୀ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ସେହି ଗ୍ରାମର ରତ୍ନାକର ବେହେରା ଏବଂ ଗୁରୁତର ଆହତ ସେହି ଗ୍ରାମର ଦିନବନ୍ଧୁ ବରାଳ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ରବିବାର ରାତିରେ ଉଭୟ ରତ୍ନାକର ଓ ବନ୍ଧୁ ନିଜ ଧାନ ଗଦାକୁ ଖଳାରେ ଜଗି ସୋଇଥିଲେ। ଦୁଇଟି ଦନ୍ତାହାତୀ ପଶି ଆସି ତାଙ୍କ ଧାନ ଗଦାକୁ ନଷ୍ଟ କରୁଥିଲେ। ଉଭୟ ଚାଷୀ ହାତୀ ଦୁଇଟିକୁ ଘଉଡାଇଲା ବେଳେ ରତ୍ନାକରଙ୍କୁ ଦଳି ପକାଇଥିଲେ। ପରେ ଦିନବନ୍ଧୁଙ୍କୁ ଆକ୍ରମଣ କରିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ଜିଲା ଚିକିତ୍ସାଳୟକୁ ଚିକିତ୍ସା ପାଇଁ ସ୍ଥାନୀୟ ଲୋକେ ପଠାଇଥିଲେ। ସେଠାରେ ଡାକ୍ତର ରତ୍ନାକରଙ୍କୁ ମୃତ ଘୋଷଣା କହିଥିଲେ। ଦିନବନ୍ଧୁଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପଠାଇ ଦିଆଯାଇଛି। ଖବରପାଇ ବନ ବିଭାଗ ଟିମ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛି। ହାତୀଙ୍କ ଉତ୍ପାତ ଯୋଗୁ ସ୍ଥାନୀୟ ଅଞ୍ଚଳରେ ଭୟରେ ଆତଙ୍କ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ...

ବର୍ଷା ଉଜାଡ଼ିଲା ମୁଗ ଫସଲ

ଧରାକୋଟ,୨୨ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୁଇଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଧରାକୋଟ ଅଞ୍ଚଳର ବିଭିନ୍ନ ପଞ୍ଚାୟତର ଏକର ଏକର ଜମିରେ ପାଣି ଜମି ରହିଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri