Posted inଜାତୀୟ

କଙ୍ଗନାଙ୍କ ବିରୋଧରେ ବାହାରିଲେ କୃଷକ ସଙ୍ଗଠନ, କହିଲେ ଅଭିଯୋଗ ମିଛ

ନୂଆଦିଲ୍ଲୀ, ୭ା୬: ବଲିଉଡ୍‌ ଅଭିନେତ୍ରୀ ତଥା ନୂଆକରି ଭାଜପାରୁ ଏମ୍‌ପି ହୋଇଥିବା କଙ୍ଗନା ରାଣାୱତ୍‌ଙ୍କ ବିରୋଧରେ କୃଷକ ସଂଗଠନ ଏକ୍‌ଜୁଟ୍‌ ହୋଇଛନ୍ତି। କଙ୍ଗନାଙ୍କୁ ଚାପୁଡ଼ା ମାରିଥିବା ସିଆଇଏସଫ୍‌ର କନଷ୍ଟେବଳଙ୍କ ବିରୋଧରେ ମିଛ ମାମଲା ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଛି ବୋଲି ସେମାନେ ଅଭିଯୋଗ କରିଛନ୍ତି । ତାଙ୍କୁ ନ୍ୟାୟ ଦେବା ପାଇଁ ଏହି ମୋର୍ଚ୍ଚା ବାହାରିଛି। ଏଥିରେ ବଡ଼ ସଂଖ୍ୟାରେ କୃଷକ ସାମିଲ୍‌ ହୋଇ ବିରୋଧ ପ୍ରଦର୍ଶନ କରିଛନ୍ତି । ଏଥିରେ ଭାରତୀୟ କିଷାନ ନୌଯବାନ ୟୁନିୟନ୍‌, ସଂଯୁକ୍ତ କିଷାନ୍‌ ମୋର୍ଚ୍ଚା ଏବଂ କିଷାନ୍‌ ମଜଦୁର ସଂଘର୍ଷ ସମିତି ଆଦି ସଂଗଠନ ସାମିଲ ହୋଇଥିଲେ ।

ସୂଚନା ଥାଉକି, ଚଣ୍ଡିଗଡ଼ ବିମାନ ବନ୍ଦରରେ କଙ୍ଗନାଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ମହିଳା କନଷ୍ଟେବଳ କୁଲବିନ୍ଦର କୌରଙ୍କୁ ଚାକିରିରୁ ନିଲମ଼୍ବିତ କରାଯିବ ସହିତ ଗିରଫ କରାଯାଇଛି । କଙ୍ଗନାଙ୍କ ରାଜନୈତିକ ପରାମର୍ଶଦାତା କହିଥିଲେ ଯେ, ଜଣେ ସିଏସଏଫ ମହିଳା ଗାର୍ଡ ଚଣ୍ଡିଗଡ଼ ବିମାନବନ୍ଦର ଭିତରେ କଙ୍ଗନାଙ୍କୁ ଚାପୁଡ଼ା ମାରିଥିଲେ। ସେମାନେ ଦାବି କରିଥିଲେ ଯେ, ସିଏସଏଫ ଗାର୍ଡଙ୍କୁ ହଟାଇ ଦିଆଯାଉ ଏବଂ ଯଥାଶୀଘ୍ର ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। କୃଷକ ଆନ୍ଦୋଳନ ବିରୋଧରେ କହିବାକୁ ନେଇ ସିଏସଏଫ ଗାର୍ଡ କଙ୍ଗନାଙ୍କ ଉପରେ ରାଗିଥିଲେ। ମଣ୍ଡିରୁ ଲୋକ ସଭା ର୍ନିବାଚନ ଜିତିବା ପରେ କଙ୍ଗନା ଗୁରୁବାର ଦିଲ୍ଲୀ ଯାଉଥିବା ସମୟରେ ଚଣ୍ଡିଗଡ଼ ବିମାନବନ୍ଦରରେ ଏ ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri