Posted inଜାତୀୟ

କୃଷକ ସଂଗଠନର ଚେତାବନୀ: ନିଆଁ ସହ ନ ଖେଳନ୍ତୁ ସରକାର

ନୂଆଦିଲ୍ଲୀ,୨୩।୧୨: କୃଷକ ଆଇନ ବିରୋଧରେ କୃଷକଙ୍କ ଆନ୍ଦୋଳନ ୨୮ତମ ଦିନରେ ପହଞ୍ଚିଛି। ଏହି ଆନ୍ଦୋଳନକୁ ଶେଷ କରିବା ପାଇଁ ସରକାର ପୁଣି ଥରେ ବୁଝାମଣା ପାଇଁ ଏକ ପ୍ରସ୍ତାବ ପଠାଯାଇଥିଲେ ଯାହାକୁ କୃଷକମାନେ ପ୍ରତ୍ୟାଖ୍ୟାନ କରିଛନ୍ତି। କୃଷକ ସଂଗଠନ ପକ୍ଷରୁ କୁହାଯାଇଛି ଯେ, ଆମେ ୩ଟି ଆଇନରେ କୌଣସି ପରିବର୍ତ୍ତନ ବିଷୟରେ କହୁ ନାହୁଁ ବରଂ ତିନୋଟି ଆଇନର ରଦ୍ଦ କରିବାକୁ ଦାବି କରୁଛୁ। ସିଂଘୁ ସୀମାରେ ସରକାରଙ୍କ ପ୍ରସ୍ତାବ ଉପରେ ଆଲୋଚନା ପାଇଁ ବୁଧବାର କୃଷକ ସଂଗଠନର ଏକ ବୈଠକ ଡକାଯାଇଥିଲା। ବୈଠକ ପରେ କୃଷକ ସଂଗଠନ କହିଛି ଯେ, ଏମଏସପି ନେଇ ସରକାରଙ୍କ ତରଫରୁ ଆସିଥିବା ପ୍ରସ୍ତାବରେ କିଛି ସ୍ପଷ୍ଟ କରାଯାଇ ନାହିଁି। ସରକାରଙ୍କ ପ୍ରସ୍ତାବ ଏତେ ହାସ୍ୟାସ୍ପଦ ଯେ ଏହାର ଉତ୍ତର ଦେବା ଠିକ ନୁହେଁ। ସରକାର ଲିଖିତ ଆକାରରେ ଠୋସ ପ୍ରସ୍ତାବ ପଠାଇବା ସହ ଖୋଲା ମନରେ ଆଲୋଚନା ପାଇଁ ଆହ୍ବାନ ଦେବା ଉଚିତ୍‌। କୃଷକମାନେ ଏଥର ଚେତାବନୀ ଦେଇଛନ୍ତି ଯେ, ସରକାର ନିଆଁ ସହିତ ଖେଳନ୍ତୁ ନାହିଁ ନଚେତ୍‌ ବଡ଼ କ୍ଷତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ...

୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…

ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri