ଗୁଳିମାଡ଼ରେ ଚାଲିଗଲା ଫାଷ୍ଟଫୁଡ୍‌ ଦୋକାନୀଙ୍କ ଜୀବନ

ସିନାପାଲି, ୧୧।୧୦(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା କାପସି ବରଗଛ ଛକଠାରେ ଗତ ରବିବାର ରାତିରେ ଫାଷ୍ଟଫୁଡ ଦୋକାନୀ ନିଲାମ୍ବର ମେହେରଙ୍କୁ ଗୁଳିମାଡ଼ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ବୁଧବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି।

ପରିବାର ଲୋକଙ୍କ ସହ ଗ୍ରାମବାସୀ ସରକାରୀ ସହାୟତା ଦାବି କରି କାପସି ବରଗଛ ଛକଠାରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ତାଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା, ମୃତକଙ୍କ ସ୍ତ୍ରୀଙ୍କୁ ସରକାରୀ ଚାକିରି ଓ ଭତ୍ତା ପ୍ରଦାନ, ଆବାସ ଯୋଜନାରେ ସାମିଲ, ଗୁଳିମାଡ଼ କରିଥିବା ବ୍ୟକ୍ତିଙ୍କୁ କଠୋର ଦଣ୍ଡ ଦେବାକୁ ଦାବିପତ୍ରରେ ଉଲ୍ଲେଖ ହୋଇଛି।

ସିନାପାଲି ତହସିଲଦାର ଉପାଞ୍ଜଲି ମାଝିଙ୍କ ଜରିଆରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ପରେ ଜିଲା ଓ ସ୍ଥାନୀୟ ପ୍ରଶାସନର ହସ୍ତକ୍ଷେପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ସ୍ଥାନୀୟ ସରପଞ୍ଚ ଘଟଣାସ୍ଥଳରେ ପହଞ୍ଚି ହରିଶ୍ଚନ୍ଦ୍ର ଯୋଜନାରେ ମୃତ ପରିବାରକୁ ସହାୟତା ରାଶି ପ୍ରଦାନ କରିଥିଲେ। ଏହି ଘଟଣାରେ ସିନାପାଲି ପୋଲିସ ଏକ ପିସ୍ତଲ ଜବତ କରିବା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରି ସାରିଛି। ପୂର୍ବତନ ଜିଲାପରିଷଦ ସଦସ୍ୟ ପ୍ରିୟ ରଞ୍ଜନ ମେହେରଙ୍କ ନେତୃତ୍ୱରେ ସୁରଜ ମେହେର, ସୁବାସ ମେହେର, ମୁର୍ଲି ମେହେର, ଜିତେନ ମେହେର, ରାଜୁ ମେହେର, ଶଙ୍କର ମେହେର, ଉଧବ ମେହେରଙ୍କ ସମେତ ମୃତକଙ୍କ ପରିବାର ସଦସ୍ୟ ଆନ୍ଦୋଳନରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ

ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ...

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି...

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri