ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ପରେ ମାଡ଼ିଗଲା ଟ୍ରକ୍‌: ଜଣେ ମୃତ, ୩ ଗୁରୁତର

ବାଲିଗୁଡା,୧୭।୧୧: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ପରମପାଙ୍ଗା ନିକଟ ଇର୍ପିଗୁଡାଠାରେ ରବିବାର ରାତିରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଇର୍ପିଗୁଡାଠାରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ସେତିକିବେଳେ ଉକ୍ତ ରାସ୍ତାରେ ଏକ ମାଲବାହୀ ଟ୍ରକ୍‌ ଆସୁଥିବା ବେଳେ ବାଇକ୍‌ ଦ୍ୱୟ ଘୋଷାଡି ହୋଇ ଚକା ତଳେ ପଡି ଯାଇଥିଲା। ଫଳରେ ବାଇକ୍‌ ଆରୋହୀଙ୍କ ଉପରେ ଟ୍ରକ୍‌ ମାଡି ଯାଇଥିଲା। ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ମୃତକ ହେଲେ ବିଷ୍ନୁ ଚରଣ ପ୍ରଧାନ। ତାଙ୍କ ଘର ଦାରିଙ୍ଗବାଡି ଥାନା ଅଧୀନ ସାମନବାଡି ଗ୍ରାମରେ। ତିନି ଗୁରୁତର ହେଲେ ଗୋପାଳ ପ୍ରଧାନ, ଦିସନ ଦିଗାଳ ଓ ରଜନ୍ତ ଦିଗାଳ। ସେମାନଙ୍କୁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଟ୍ରକ ଡ୍ରାଇଭର ବାଲିଗୁଡା ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ସରକାର ଆଣିବେ ନୂଆ ଯୋଜନା

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନ ଘୋଷଣା ପରେ, କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଆଶା ପୁଣି ଥରେ ବୃଦ୍ଧି ପାଇଛି। ଚଳିତ ବର୍ଷ ଜାନୁଆରୀରେ,...

ଥାନା ସ୍ଥାପନ ଦାବି ତେଜିଲା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଣ୍ଢଳ ଗ୍ରାମରେ ଥାନା କିମ୍ବା ପୋଲିସ ଫାଣ୍ଡି ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ସରକାରଙ୍କ...

ବାଂଲାଦେଶ ଗସ୍ତ ପାଇଁ କାର୍ଯ୍ୟସୂଚୀ ଘୋଷଣା: ଜାଣନ୍ତୁ କେବେ ଭେଟିବ ଭାରତ

ନୂଆଦିଲ୍ଲୀ,୧୫।୪: ଭାରତୀୟ କ୍ରିକେଟ ଦଳ ଅଗଷ୍ଟରେ ବାଂଲାଦେଶ ଗସ୍ତରେ ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ। ଏହି ଗସ୍ତ ଦିନିକିଆ ସିରିଜ...

ଅଗ୍ନି ସୁରକ୍ଷା ପ୍ରତି ସମର୍ପିତ ହୁଅ

ସମ୍ବଲପୁର,୧୫ା୪(ପ୍ରମୋଦ ବହିଦାର): ସୁରକ୍ଷିତ ମାନବସମ୍ବଳ ଦ୍ୱାରା ଦେଶର ଆର୍ଥତ୍କ ଉନ୍ନତି ଓ ପ୍ରଗତି ସମ୍ଭବ। ସମ୍ବଲପୁର ରିଜର୍ଭ ପୋଲିସ ଲାଇନ୍‌ ପଡ଼ିଆରେ ଜିଲା ଅଗ୍ନିଶମ ବିଭାଗ...

ପାଣି ପାଇଁ ଛଟପଟ ଗ୍ରାମବାସୀ

ଝାରସୁଗୁଡ଼ା,୧୫।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ସଦର ବ୍ଲକ ଅଧୀନ କୁ. କଣ୍ଟାପାଲି ଗ୍ରାମରେ ଥିବା ଜଳ ଯୋଗାଣ ବିଭାଗ ଟ୍ରାନ୍ସଫର୍ମର ଗତ ବୁଧବାର ରାତିଠାରୁ...

ମଦ ଚୋରାଚାଲାଣ ବେଳେ ଧରିଲେ ଗ୍ରାମବାସୀ

ବେହେରା,୧୫ା୪ (ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ବେହେରାଠାରେ ଥିବା ବିଦେଶୀ ମଦ ଦୋକାନର ଦୁଇଜଣ କର୍ମଚାରୀ ବିଦେଶୀ ମଦ ଚୋରା ଚାଲାଣ କରୁଥିବା...

ଅଧିକ ପାଠପଢ଼ି ଭବିଷ୍ୟତ ଉଜ୍ଜ୍ୱଳ ଲାଗି ଆହ୍ବାନ

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପଦାର୍ଥ ବିଜ୍ଞାନ ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀ ଛାତ୍ରଙ୍କୁ...

ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image