ମହିଳା ଏସ୍‌ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ: ଦୋଷ ମୁକ୍ତ ପୋଇଁ ଅଭିଯୋଗକାରୀଙ୍କୁ ଅପହରଣ

ପାରଳାଖେମୁଣ୍ଡି,୨୮।୪(ବ୍ୟୁରୋ): ରକ୍ଷକ ସାଜିଲା ବକ୍ଷକ। ମହିଳା ଏସ୍‌ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ । ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ଘଟଣା ପରେ ତାକୁ ଫେରାଇ ଦେଇଥିଲେ । ସ୍ଥାନୀୟ ଖବରଦାତାଙ୍କଙ୍କ ହସ୍ତକ୍ଷେପ ପରେ ଟଙ୍କା ଫେରାଇବା ସହ ଲିଖିତ ଭାବେ ମଧ୍ୟ ସ୍ବୀକାରେ କରିଥିଲେ । ତେବେ ନିକଟରେ ସେ ସମ୍ପୃକ୍ତ ବ୍ୟକ୍ତି ନୁଣ୍ଡୁୁଜ ଗ୍ରାମର ପ୍ରେରିତ ମାଝୀଙ୍କୁ ଜୋରଜବରଦସ୍ତ ଘଟଣାଟି ମିଛ ବୋଲି ଲେଖି ଦସ୍ତଖତ କରିବାକୁ ବାଧ୍ୟ କରିଥିବା ନେଇ ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ଆସିଛି ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ କାର୍ଯ୍ୟରତ ମହିଳା ଏସଆଇ ଜ୍ୟୋସ୍ନା ରାୟଙ୍କ ନାମରେ।
ତେ ପୂର୍ବ ଘଟଣାରେ ମହିଳା ଏସଆଇଙ୍କୁ ମୁଖ୍ୟାଳୟକୁ ବଦଳି କରାଯାଇଥିଲା । ତେବେ ଗତ ବୁଧବାର ମହିଳା ଏସ୍‌ଆଇ ପ୍ରେରିତଙ୍କୁ ନେଇ ବହୁ ସମୟ ଅଟକାଇ ରଖିଥିଲେ । ଲାଞ୍ଚ ମାଗିବା ଏବଂ ଟଙ୍କା ଫେରାଇବା ଘଟଣା ମିଛ ଥିଲା ବୋଲି ଲେଖାଥିବା ଏକ କାଗଜରେ ଦସ୍ତଖତ କରି ୧୦ ହଜାର ଟଙ୍କା ଯାଚିଥିବା ପ୍ରେରିତ ଅଭିଯୋଗ କରିଛନ୍ତି ।
ବହୁ ସମୟ ଅଟକ ରଖି ଦସ୍ତଖତ କରାଇବା ପରେ ତାଙ୍କୁ ଛାଡ଼ିଦେଇଥିଲେ । ସେଠାରୁ ଆସିବା ପରେ ପ୍ରେରିତ ଥାନାରେ ଏ ନେଇ ଅଭିଯୋଗ କରିଛନ୍ତି । ତେବେ ଘଟଣାର ସତ୍ୟାସତ୍ୟ ନେଇ ମହିଳା ଏସଆଇଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି

କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ...

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ...

ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୨୩ା୧୨: କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢ଼ାଡଙ୍ଗର ଲୋକ ମହୋତ୍ସବ ପ୍ରଥମ ଦିବସରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ରବିବାର ଅନୁଷ୍ଠିତ...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri