Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ ମୃତ, ୮ ଆହତ

ଜୟପୁର,୧୫।୧୦: ରାଜସ୍ଥାନର ଡୁଙ୍ଗରପୁର ଜିଲାର ବିଚିୱାଡା ପୋଲିସ ଷ୍ଟେଶନ ଅଞ୍ଚଳରେ ରବିବାର ଅପରାହ୍ନରେ ଟ୍ରକ ଏବଂ ଜିପ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ପୋଲିସ ଅଧିକାରୀ ମଦନଲାଲ କହିଛନ୍ତି ଯେ, ରତନପୁର ସୀମା ନିକଟରେ ଏକ ଟ୍ରକ ଜିପକୁ ଧକ୍କା ଦେଇଥିଲା। ଏହି କାରଣରୁ ଜିପ୍‌ରେ ଯାତ୍ରା କରୁଥିବା ୭ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୮ ଜଣ ଆହତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ତିନିଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଜିଲାପାଳ ଲକ୍ଷ୍ମୀ ନାରାୟଣ ମନ୍ତ୍ରୀ ଏବଂ ପୋଲିସ ଅଧୀକ୍ଷକ କୁନ୍ଦନ କାଭିରିଆଙ୍କ ସହ ବରିଷ୍ଠ ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନାକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ

ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍‌ପି ତଥା ଆର୍‌ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ...

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri