ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତଙ୍କ ଘର ଦିଗପହଣ୍ଡି ବୋଲି ଜଣାଯାଇଛି।
ମା’ ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଦୁଇଟି ପରିବାର ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଏକ ଭ୍ୟାନ୍‌ରେ ଦିଗପହଣ୍ଡିରୁ ଦୁଇ ପରିବାରରର ୨୦ ଜଣ ତାରିଣୀ ଦର୍ଶନ ପାଇଁ ଆସୁଥିଲେ। ବାଲିଯୋଡି ନିକଟରେ ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍‌ ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୮ ଜଣଙ୍କର ମୃତ୍ୟୁ ଘଟିଛି।

Share