Categories: ଜାତୀୟ

ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ପାଟନା,୧୨।୧୦: ବିହାରର ବକ୍ସର ଜିଲାର ରଘୁନାଥପୁର ଷ୍ଟେଶନରେ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଛି । ଟ୍ରାକରୁ ଟ୍ରେନ ବାହାରିଯିବାରୁ ଏହି ଦୁର୍ଘଟଣାରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଦିଲ୍ଲୀ ଆନନ୍ଦ ବିହାର ଷ୍ଟେସନରୁ ଗୁଆହାଟୀର କାମାକ୍ଷା ଷ୍ଟେଶନ ଯାଉଥିବା ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନଚ୍ୟୁତ ହୋଇଥିଲା।
ବିହାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି ଯେ, ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ରେଳ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଇଥିବାବେଳେ ଆହତମାନଙ୍କୁ ପ୍ରତ୍ୟେକଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ।

Share