ଧାରରେ ଆଣି ଖାଇଥିଲେ ସଉଦା, ବାକି ଟଙ୍କା ମାଗିବାରୁ…

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପ୍ରଦୀପ ପାଣିଗ୍ରାହୀ ଏବଂ ତାଙ୍କ ବାପା ଟୁନା ପାଣିଗ୍ରାହୀଙ୍କୁ ଗ୍ରାମର ନିଳା ଓରଫ ନିଳାଞ୍ଚଳ ମହାରଣା କାତିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ଏନେଇ ଗୁରୁବାର ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏହାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ ପାତ୍ର ନଂ.୩୬୭/୨୪ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଅଭିଯୁକ୍ତ ନିଳା ପ୍ରଦୀପଙ୍କ ଦୋକାନରୁ କିଛିଦିନ ହେଲା ଧାରରେ ସଉଦା ନେଇଥିଲେ।

ବାରମ୍ବାର ଟଙ୍କା ମାଗିବାରୁ ମଧ୍ୟ ସେ ଦେଉ ନ ଥିଲେ। ବୁଧବାର ସନ୍ଧ୍ୟା ପ୍ରାୟ ସାଢେ ୫ଟାରେ ପ୍ରଦୀପ ତାଙ୍କ ଦୋକାନରେ ବସିଥିବା ବେଳେ ନିଳା ଦୋକାନକୁ ଆସିବାରୁ ପ୍ରଦୀପ ପୂର୍ବରୁ ଥିବା ବାକି ଟଙ୍କା ମାଗିଥିଲେ। ଏଥିରେ ସେ ଉତ୍ତେଜିତ ହୋଇ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ସେ ଲୁଚାଇ ଧରିଥିବା ଏକ କାତିରେ ତାଙ୍କ ବେକକୁ ଲକ୍ଷ୍ୟକରି ଚୋଟ ପକାଇବାରୁ ସେ ଘୁଞ୍ଚତ୍ ଯାଇଥିଲେ। କାତିର ଉପର ଭାଗ ତାଙ୍କ ବାମପଟ କାନ୍ଧରେ ବାଜିବାରୁ କାନ୍ଧ ଫୁଲିଯିବା ସହ ରାଞ୍ଚୁଡ଼ି ହୋଇଯାଇଥିଲା। ସେ ଘରକୁ ଦୌଡ଼ି ଯାଇ ବାପାଙ୍କୁ ଜଣାଇବାରୁ ବାପା ଘଟଣାସ୍ଥଳରେ ପହଞ୍ଚତ୍ ନିଳାଙ୍କୁ ଘଟଣା ସମ୍ପର୍କରେ ପଚାରିବାରୁ ନିଳା ତାଙ୍କୁ ମଧ୍ୟ କାତିରେ ଆକ୍ରମଣ କରିଥିଲେ। କାତି ଚୋଟରେ ତାଙ୍କ ମୁଣ୍ଡ ଓ ଡାହାଣ ହାତ ପାପୁଲିରେ ଗଭୀର ଆଘାତ ଲାଗିଛି। ବାପ ପୁଅ ଦୁହେଁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବା ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ଆମ୍ବୁଲାନ୍ସରେ ଯାଇଥିଲେ। ରାତିରେ ଅଭିଯୁକ୍ତ ନିଳା ପ୍ରଦୀପଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ଧମକଚମକ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରା ପାଇଁ ଗଠନ ହେବ ନୂଆ କମିଟି

କଟକ,୩ା୧୦(କାର୍ତ୍ତିକ ସାହୁ): ଚଳିତ ବର୍ଷ ବାଲିଯାତ୍ରା ଆୟୋଜନ ଦାୟିତ୍ୱରୁ କଟକ ମହାନଗର ନିଗମ (ସିଏମ୍‌ସି)କୁ ଅନ୍ତର କରାଯାଇଥିବା ନେଇ ପ୍ରଚାରିତ ଗୁଜବକୁ ଶୁକ୍ରବାର ଖଣ୍ଡନ କରାଯାଇଛି।...

ସମ୍ପର୍କରେ କଳଙ୍କ: ମା’ଙ୍କୁ ବଳାତ୍କାର କଲେ ପୁଅ

ଦେବଗଡ଼,୩।୧୦(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କରେ ଲାଗିଛି କଳଙ୍କର ଛିଟା। ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା...

ଆହାର କେନ୍ଦ୍ରକୁ ନେଇ ଆସିଲା ମନ୍ତ୍ରୀଙ୍କ ବଡ଼ ବୟାନ

ସମ୍ବଲପୁର,୩।୧୦ (ଭବାନୀଶଙ୍କର ଭୋଇ): ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଜେଲ୍‌ ଛକ ସ୍ଥିତ ସାର୍ବଜନୀନ ଆହାର କେନ୍ଦ୍ର...

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣା: କୃଷକ ସଙ୍ଗଠନର ଆନ୍ଦୋଳନ ଚେତାବନୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀନେତା ତଥା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅଭ୍ୟାସଗତ ଅପରାଧୀ ଭାବେ ଉଲ୍ଲେଖ କରିବା ଏବଂ...

ଚଳନ୍ତା ଆମ୍ବୁଲାନ୍ସରୁ ବାହାରିଗଲା ଚକ

ପାପଡାହାଣ୍ଡି, ୩।୧୦(ସ୍ବପ୍ନଜିତ ପଟ୍ଟନାୟକ): କୋଡ଼ିଙ୍ଗାରୁ ଜଣେ ରୋଗୀଙ୍କୁ ଛାଡ଼ି ଫେରିବା ବେଳେ ୧୦୮ ଆମ୍ବୁଲାନ୍ସର ବାମ ପଟ ଆଗ ଚକ ଭାଙ୍ଗି ଯାଇଥିଲା। ସୌଭାଗ୍ୟ ବଶତଃ...

ମ୍ୟୁନିସିପାଲଟି ଦାବି ଜୋର୍‌ ଧରିଲା: ମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଏମ୍‌ପି-ବିଧାୟକ

ଛତ୍ରପୁର,୩।୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦେବା ନେଇ ପୁଣି ଦାବି ଉଠିଛି। ବୁଧବାର ଛତ୍ରପୁର ଗସ୍ତରେ ଆସିଥିବା ରାଜ୍ୟ...

ବିଭିନ୍ନ ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ଆଶାକର୍ମୀ ସଂଘ

କେନ୍ଦୁଝର,୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ତରଫରୁ କର୍ମଚାରୀମାନଙ୍କ ସମସ୍ୟାକୁ ନେଇ ଏକ ଦାବିପତ୍ର ଜିଲା ପ୍ରଶାସନ...

ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଶାକର୍ମୀ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଛତ୍ରପୁର,୩।୧୦(ଦିଲ୍ଲୀପ ସାମଲ):  ଭାରତୀୟ ମଜଦୁର ସଂଘ ଅନୁବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଏକ ଦାବିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri