ଟ୍ରକ୍‌ ଧକ୍କାରେ ବାପାଙ୍କ ମୃତ୍ୟୁ, ଶିଶୁ ଗୁରୁତର

ବଡବିଲ,୬।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର କାଶିଆ ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏଥିରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ୫ ବର୍ଷର ପୁଅ ଗୁରୁତର ହୋଇଛନ୍ତି। ମୃତକ ଜଣକ ଚମ୍ପୁଆ ଥାନା ବାଙ୍କ ଅଞ୍ଚଳର ପ୍ରଫୁଲ୍ଲ କାରୁଆ। ଗୁରୁତର ଶିଶୁପୁତ୍ର ଚନ୍ଦନଙ୍କୁ ଉଦ୍ଧାର କରାଯାଇ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ପ୍ରଫୁଲ୍ଲ ରୁଗୁଡ଼ି ଅଞ୍ଚଳରେ ରହି ସୁଇପର ଭାବରେ କାମ କରନ୍ତି। ଶୁକ୍ରବାର ବାଇକରେ ପୁଅକୁ ବସାଇ ଭଦ୍ରାସାହି ପଟୁ ରୁଗୁଡ଼ି ଅଭିମୂଖେ ଯାଉଥିଲେ। ଜାତୀୟ ରାଜପଥର ଗୋଟିଏ ଲେନ୍‌ରେ ଏକ ଟ୍ରକ୍‌ ଯାଉଥିଲା। ପ୍ରଫୁଲ୍ଲ ବାଇକ୍‌ରେ ଡାହାଣ ପଟେ ଅତିକ୍ରମ କରୁଥିବା ବେଳେ କାଶିଆ ଛକରେ ଟ୍ରକ ଡ୍ରାଇଭର ଡାହାଣକୁ ଟ୍ରକ୍‌ କାଟିଦେବାରୁ ବାଇକ ସହ ଟ୍ରକ୍‌ ଧକ୍କା ହୋଇଥିଲା। ଟ୍ରକ୍‌ ଧକ୍କାରେ ପ୍ରଫୁଲ୍ଲଙ୍କ ବେକ କଟିଯାଇ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ପ୍ରଫୁଲ୍ଲଙ୍କ ପୁଅ ଚନ୍ଦନ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବାବେଳେ ତାଙ୍କର ବାମ ଗୋଡ଼ ଭାଙ୍ଗି ଗୁରୁତର ହୋଇଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି। ଟ୍ରକ୍‌ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ବାଇକ ଆରୋହୀଙ୍କ ଜୀବନ ଚାଲିଗଲା ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ଏକ ମାମଲା(ନଂ.୨୮୩/୨୩)ରେ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ରୁ ନୂଆ ପାଠପଢ଼ା: ଘରକୁ ଯାଇ ନିମନ୍ତ୍ରଣପତ୍ର ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ୫ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କ ନାମଲେଖା ନିମନ୍ତେ ଘରକୁ ଘର ବୁଲି ଅଭିଭାବକଙ୍କୁ ସଚେତନ...

ପୂରଣ ହେଉନି ଟ୍ୟାପ୍‌ରେ ପାଣି ପାଇବା ସ୍ବପ୍ନ

ଝାରସୁଗୁଡ଼ା,୨୮।୩(ଆଶିଷ ରଞ୍ଜନ ଦାଶ): ପ୍ରତ୍ୟେକ ପରିବାର ନିକଟରେ ୨୦୨୪ ଶେଷ ସୁଦ୍ଧା ଟ୍ୟାପ ଯୋଗେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ସରକାର ଘୋଷଣା କରିଥିଲେ।...

ଡିଏସ୍‌ସିର ହେଉଛି ଅପବ୍ୟବହାର

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): ଅନୁନ୍ନତ ଅଞ୍ଚଳରେ ଶିକ୍ଷାର ଅଭାବ ଥିବା ଜନପ୍ରତିନିଧି ଓ ଅଙ୍କୁଶ ନ ଥିବା ସରକାରୀ ବ୍ୟବସ୍ଥା ଭିତରେ କୋଟି କୋଟି ଟଙ୍କାର...

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି।...

୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା...

ଶିଳ୍ପ ବିହୀନ କନ୍ଧମାଳରେ ଗ୍ରାଫାଇଟ୍‌ ସନ୍ଧାନ: ଭୂତତ୍ତ୍ୱବିତ୍‌ଙ୍କ ଦ୍ୱାରା ସର୍ଭେ କାର୍ଯ୍ୟ ଜୋରଦାର

ଦାରିଙ୍ଗବାଡ଼ି,୨୮ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଏବଂ କୁମ୍ଭାରିପଦର ଅଞ୍ଚଳରେ ଗ୍ରାଫାଇଟ୍‌ର ସନ୍ଧାନ ମିଳିଛି। ଏହାକୁ ନେଇ ବ୍ରହ୍ମପୁରରୁ ଭୂତତ୍ତ୍ୱବିତ୍‌ ବୈଜ୍ଞାନିକମାନେ...

ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ

ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ...

ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’

ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image