ଝିଅକୁ ବଳାତ୍କାର ବେଳେ ମା’ଙ୍କ ହାବୁଡ଼ରେ ପଡ଼ିଲେ ବାପା, ପରେ…

ଅନୁଗୋଳ,୭।୨ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ପୋଲିସ ମଙ୍ଗଳବାର ଜଣେ ବଳାତ୍କାର ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ଗତ ୧ ତାରିଖରେ ଅଭିଯୁକ୍ତଙ୍କ ଝିଅ ଏ ନେଇ ଭବାନୀପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ମାମଲା ଅନୁଗୋଳରେ ହୋଇଥିବାରୁ ଗତ ୩ ତାରିଖରେ ଉକ୍ତ ମାମଲା ଅନୁଗୋଳ ସଦର ଥାନାକୁ ସ୍ଥାନାନ୍ତର କରାଯାଇଥିଲା। ନଂ. ୯୧/୨୪ରେ ମାମଲା ରୁଜୁ କରି ସଦର ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଥାନା ଅଧିକାରୀ ଧୀରେନ ବେହେରା ସୂଚନା ଦେଇଛନ୍ତି।
ଥାନା ଅଧିକାରୀ କହିଛନ୍ତି, ଅନୁଗୋଳ ସଦର ଥାନା ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ୧୯ ବର୍ଷୀୟା ଝିଅଙ୍କୁ ବଳାତ୍କାର କରିଥିଲେ। କିଛିଦିନ ହେଲା ସେ ଏପରି କୁକର୍ମ କରିଆସୁଥିବା ବେଳେ ଘରେ କାହାକୁ ନ କହିବାକୁ ଝିଅଙ୍କୁ ଧମକ ଦେଉଥିଲେ। ଫଳରେ ଭୟରେ ଝିଅ ଏ ନେଇ ପାଟି ଫିଟାଉ ନ ଥିଲେ। ତେବେ ଗତ ଡିସେମ୍ବରରେ ସମ୍ପୃକ୍ତ ବ୍ୟକ୍ତି ଝିଅଙ୍କୁ ବଳାତ୍କାର ଉଦ୍ୟମ କରିବା ବେଳେ ସ୍ତ୍ରୀଙ୍କ ହାବୁଡ଼ରେ ପଡ଼ିଥିଲେ। ଏହାପରେ ଝିଅଙ୍କୁ ତାଙ୍କ ମା’ ନାଲ୍‌କୋ ଅଞ୍ଚଳରେ ଥିବା ପିଉସୀଙ୍କ ଘରକୁ ପଠାଇ ଦେଇଥିଲେ। ସେଠାରୁ ଯୁବତୀ ଜଣଙ୍କ ମାଉସୀ ଘର ଭବାନୀପାଟଣା ଚାଲିଯାଇଥିଲେ। ଗତ ୧ ତାରିଖରେ ସେ ଏ ନେଇ ଭବାନୀପାଟଣା ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ. ୬୧/୨୪ରେ ମାମଲା ରୁଜୁ କରିଥିଲା। ହେଲେ ଘଟଣା ଅନୁଗୋଳ ସଦର ଥାନା ଅଞ୍ଚଳରେ ହୋଇଥିବାରୁ ମାମଲାକୁ ଅନୁଗୋଳ ସ୍ଥାନାନ୍ତର କରାଯାଇଥିଲା। ଅନୁଗୋଳ ପୋଲିସ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri