୮ଟି ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଶୁକ୍ରବାର ଅପରାହ୍ନ ସାଢେ ୧ଟାରୁ ଶନିବାର ସକାଳ ସାଢେ ୮ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୮ଟି ଜିଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଘଡଘଡି ବର୍ଷା ସମୟରେ ଘର ବାହାରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କାଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Share