Posted inଖେଳ

ଅଷ୍ଟ୍ରେଲିଆକୁ ପଞ୍ଚମ ଟାଇଟଲ

ଦିନିକିଆ କ୍ରିକେଟ ପୁରୁଷ ବିଶ୍ୱକପ୍‌ର ଏକାଦଶ ସଂସ୍କରଣ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଖେଳାଯାଇଥିଲା। ଦ୍ୱିତୀୟ ଆୟୋଜକ ଦେଶ ଭାବରେ ଅଷ୍ଟ୍ରେଲିଆ ଚାମ୍ପିୟନ ଆଖ୍ୟା ଅର୍ଜନ କରିବା ସହ ନିଜର ପଞ୍ଚମ ଟାଇଟଲ ହାସଲ କରିଥିଲା। ଉଭୟ ଆୟୋଜକ ଦେଶ ଫାଇନାଲରେ ପହଞ୍ଚି ଥିବା ବେଳେ ନ୍ୟୁଜିଲାଣ୍ଡକୁ ୭ ଉଇକେଟରେ ପରାସ୍ତ କରିଥିଲା ମାଇକେଲ୍‌ କ୍ଲାର୍କଙ୍କ ଦଳ। ୧୪ ଦଳ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ବେଳେ ୭ଟି ଲେଖାଏ ଦଳକୁ ଦୁଇଟି ପୁଲ୍‌ରେ ବିଭକ୍ତ କରାଯାଇଥିଲା। ପ୍ରତ୍ୟେକ ଗ୍ରୁପ୍‌ର ଶ୍ରେଷ୍ଠ ୪ ଦଳ କ୍ୱାର୍ଟର ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଥିଲେ। ଗ୍ରୁପ୍‌ ଏ’ରୁ ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ, ଶ୍ରୀଲଙ୍କା ଓ ବାଂଲାଦେଶ ନକ୍‌ଆଉଟକୁ ଯୋଗ୍ୟତା ଅର୍ଜନ କରିଥିବା ବେଳେ ଭାରତ, ଦକ୍ଷିଣ ଆଫ୍ରିକା, ପାକିସ୍ତାନ ଓ ଓ୍ବେଷ୍ଟଇଣ୍ଡିଜ୍‌ ଗ୍ରୁପ୍‌ ବି’ରୁ ଯୋଗ୍ୟତା ହାସଲ କରିଥିଲେ।
କ୍ୱାର୍ଟର ଫାଇନାଲରେ ପାକିସ୍ତାନକୁ ଅଷ୍ଟ୍ରେଲିଆ ପରାସ୍ତ କରି ଆଗକୁ ବଢ଼ିଥିଲା। ସେମି ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ପରାସ୍ତ କରିଥିଲା ଅଷ୍ଟ୍ରେଲିଆ। ଷ୍ଟିଭ୍‌ ସ୍ମିଥ୍‌ଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ୭ ଉଇକେଟରେ ୩୨୮ ରନ୍‌ କରିଥିଲା। ଜବାବରେ ଭାରତ ମାତ୍ର ୨୩୩ ରନ୍‌ରେ ଅଲଆଉଟ ହୋଇଥିଲା। ସମାନ ଢଙ୍ଗରେ ନ୍ୟୁଜିଲାଣ୍ଡ କ୍ୱାର୍ଟରରେ ଓ୍ବେଷ୍ଟଇଣ୍ଡିଜ୍‌ ଓ ସେମିରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଥିଲା। ସେମିରେ ପ୍ରବେଶ କରିଥିବା ଦକ୍ଷିଣ ଆଫ୍ରିକା ବର୍ଷା କାରଣରୁ ଡର୍କଓ୍ବର୍ଥ ଲୁଇସ୍‌ ମେଥଡ୍‌ରେ ପରାଜିତ ହୋଇଥିଲା। ଫାଇନାଲରେ ନ୍ୟୁଜିଲାଣ୍ଡ ମାତ୍ର ୧୮୩ ରନ୍‌ରେ ଅଲଆଉଟ ହୋଇଥିଲା। ଗ୍ରାଣ୍ଟ ଏଲିଅଟ୍‌ ସର୍ବାଧିକ ୮୩ ରନ୍‌ ସ୍କୋର କରିଥିବା ବେଳେ ଅଷ୍ଟ୍ରେଲିଆ ପକ୍ଷରୁ ଜେମ୍ସ ଫକନର ଓ ମିଚେଲ ଜନ୍‌ସନ୍‌ ୩ଟି ଲେଖାଏ ଉଇକେଟ ନେଇଥିଲେ। ମାଇକେଲ୍‌ କ୍ଲାର୍କ ଓ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ୩ ଉଇକେଟ ହରାଇ ବିଜୟ ହାସଲ କରି ନେଇଥିଲା। ନ୍ୟୁଜିଲାଣ୍ଡର ମାର୍ଟିନ୍‌ ଗୁପ୍ଟିଲ ପ୍ରଥମ ଖେଳାଳି ଭାବେ ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦ୍ୱିଶତକ ଅର୍ଜନ କରିଥିଲେ। ସେ ୯ ଇନିଂସରୁ ୫୪୭ ରନ୍‌ କରି ବିଶ୍ୱକପ୍‌ର ସର୍ବାଧିକ ସ୍କୋରର ମଧ୍ୟ ରହିଥିଲେ। ଅଷ୍ଟ୍ରେଲିଆର ମିଚେଲ୍‌ ଷ୍ଟାର୍କ ଓ ନ୍ୟୁଜିଲାଣ୍ଡର ଟ୍ରେଣ୍ଟ ବୋଲ୍ଟ ୨୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜିଲା ପାଇଁ ଗୌରବ: ୩ ସ୍ବର୍ଣ୍ଣ ପଦକ ଜିତିଲେ ମୁକେଶ

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ମୁକେଶ ମହାନନ୍ଦ କେଭିଏସ୍‌ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ତିନୋଟି...

ଧୋନୀଙ୍କୁ ପଛରେ ପକାଇ ପନ୍ତ ହେଲେ ‘ନମ୍ବର ୧’

ନୂଆଦିଲ୍ଲୀ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ କମ୍‌ବ୍ୟାକ୍‌ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଇନିଂସରେ ମାତ୍ର ୪୬ ରନ୍‌ରେ ଅଲଆଉଟ୍‌ ହେବା ପରେ ଭାରତୀୟ...

ପିଚ୍‌ରେ ଡିଆଁ ମାରି ରିଷଭ ପନ୍ତଙ୍କୁ ରକ୍ଷା କଲେ ସରଫରାଜ: ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ସରଫରାଜ ଖାନ ଶତକ ହାସଲ କରିଛନ୍ତି। ସରଫରାଜଙ୍କ ଏହି ଇନିଂସ ସହ ଜଡିତ ଏକ...

ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା

ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍‌ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ...

ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ

ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ...

‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’

ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍‌ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ...

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri