Posted inଖେଳ

ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ: ଇକ୍ରାମ

ଭୁବନେଶ୍ୱର, ୧୦।୯: ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସଭାପତି ଟାୟାବ ଇକ୍ରାମ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଠାରେ ସାକ୍ଷାତ କରିଛନ୍ତି। ବିଶ୍ୱ ହକିକୁ ଓଡ଼ିଶାର ଅବଦାନ ଏବଂ ରାଜ୍ୟରେ ହକିର ବିକାଶ ପାଇଁ ମିଳିତ ଉଦ୍ୟମ ସମ୍ପର୍କରେ ଏହି ସାକ୍ଷାତ ଅବସରରେ ଆଲୋଚନା ହୋଇଛି। କ୍ରୀଡ଼ା ସହ ଭିତ୍ତିଭୂମିର ଉନ୍ନତି ଏବଂ ଓଡ଼ିଶାରେ ଆଗାମୀ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଆୟୋଜନ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ମହାସଚିବ ଭୋଳାନାଥ ସିଂ, କ୍ରୀଡ଼ା ସଚିବ ଭାସ୍କରଜ୍ୟୋତି ଶର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।

ପୁରୁଷ ହକି ବିଶ୍ୱକପ ପରି ବଡ଼ ଟୁର୍ନାମେଣ୍ଟଗୁଡ଼ିକର ଆୟୋଜନ ସମୟରେ ଏଫ୍‌ଆଇଏଚ୍‌ର ଅକୁଣ୍ଠ ସହଯୋଗକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ”ସମ୍ମାନଜନକ ଟୁର୍ନାମେଣ୍ଟଗୁଡ଼ିକ ଆୟୋଜନ କରି ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌ରେ ପରିଣତ ହୋଇଛି। ଅମେ ଆସନ୍ତା ପ୍ରୋ ଲିଗ୍‌ ଆୟୋଜନକୁ ବ୍ୟଗ୍ରତାର ସହ ଅପେକ୍ଷା କରିଛୁ। ଏହା ବ୍ୟତୀତ ଏଫ୍‌ଆଇଏଚ୍‌ ସହଯୋଗରେ ରାଜ୍ୟରେ ଭବିଷ୍ୟତରେ ଆହୁରି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ ପାଇଁ ଆଶା ରଖିଛୁ“ ବୋଲି ଆଲୋଚନା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

କ୍ରୀଡ଼ାକୁ ପ୍ରମୋଟ କରୁଥିବାରୁ ଏବଂ ତୃଣମୂଳ ସ୍ତରରେ କାର୍ଯ୍ୟକ୍ରମ ଆୟୋଜନ କରି ହକି ପ୍ରତିଭା ଅନ୍ବେଷଣ କରୁଥିବାରୁ ଇକ୍ରାମ ମଧ୍ୟ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ଆଥ୍‌ଲେଟ୍‌ ଡେଭଲପ୍‌ମେଣ୍ଟ, ସ୍ପୋଟର୍‌ସ ସାଇନ୍ସ ଏବଂ ଖେଳାଳି ଓ କୋଚ୍‌ଙ୍କ ଫାଇଦା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବା ଉପରେ ଆଲୋଚନା ହୋଇଥିଲା। ଉଭୟ ଓଡ଼ିଶା ଏବଂ ଦେଶରେ ମହିଳା ହକିକୁ ପ୍ରୋତ୍ସାହିତ କରିବା ଓ ମହିଳା ଆଥ୍‌ଲେଟ୍‌ଙ୍କ ସଶକ୍ତୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ ବୋଲି ଇକ୍ରାମ ପ୍ରକାଶ କରିଛନ୍ତି।

ଭୁବନେଶ୍ୱରରେ ପହଞ୍ଚିବା ପରେ ଇକ୍ରାମଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନ ବନ୍ଦରରେ କ୍ରୀଡ଼ା ଓ ଯୁବସେବା ବିଭାଗ, ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ ହକି ଇଣ୍ଡିଆର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri