Posted inଜାତୀୟ

ସୂଚନା କମିଶନ ପଦବୀ ପୂରଣ କର

ନୂଆଦିଲ୍ଲୀ,୩୧ା୧୦: କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ଗୁଡ଼ିକରେ ଖାଲିଥିବା ପଦବୀଗୁଡ଼ିକୁ ପୁରଣ କରିବା ପାଇଁ ପଦକ୍ଷେପ ନେବା ସକାଶେ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟଥା ୨୦୦୫ରେ ପ୍ରଣୀତ ସୂଚନା ଅଧିକାର (ସୂଚନା ଅଧିକାର) ଆଇନ ଏକ ‘ମୃତପତ୍ର’ ପାଲଟିଯିବ ବୋଲି ତିନିଜଣିଆ ଖଣ୍ଡପୀଠ ସତର୍କ କରାଇଛନ୍ତି।
ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଜେ.ବି. ପରଦିଓ୍ବାଲା ଏବଂ ମନୋଜ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସିଆଇସି, ଏସ୍‌ଆଇସିରେ ଖାଲି ପଦବୀ ପୂରଣ ସକାଶେ କେନ୍ଦ୍ର ଓ ରାଜ୍ୟ ସରକାରମାନେ ବିଫଳ ହୋଇଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହ କାର୍ମିକ ଓ ତାଲିମ ବିଭାଗ (ଡିଓପିଟି)କୁ ସବୁ ରାଜ୍ୟରୁ ଏସ୍‌ଆଇସିରେ ମଞ୍ଜୁରୀପ୍ରାପ୍ତ ସହ ଖାଲି ପଦବୀ ଏବଂ ଗଡ଼ୁଥିବା ମାମଲା ସଂଖ୍ୟା ସମ୍ପର୍କିତ ତଥ୍ୟ ସଂଗ୍ରହ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
କର୍ମୀ ଅଞ୍ଜଳି ଭରଦ୍ୱାଜଙ୍କ ଆବେଦନର ଶୁଣାଣି କରି ସିଜେଆଇ ଚନ୍ଦ୍ରଚୂଡ଼ କହିଥିଲେ, ଝାଡ଼ଖଣ୍ଡ, ତ୍ରିପୁରା ଓ ତେଲଙ୍ଗାନା ଭଳି ରାଜ୍ୟଗୁଡ଼ିକରେ ଏସ୍‌ଆଇସି ଅକାମୀ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୩ ସପ୍ତାହ ମଧ୍ୟରେ ସମସ୍ତ ତଥ୍ୟ ସଂଗ୍ରହ କରି ଦାଖଲ କରିବାକୁ କେନ୍ଦ୍ର ଓ ରାଜ୍ୟକୁ ସିଜେଆଇ ସମୟ ଦେଇଛନ୍ତି। ପ୍ରକାଶ ଯେ, ୨୦୧୯ ଫେବୃୟାରୀ ୧୫ରେ ସୁପ୍ରିମକୋର୍ଟ ନିଜ ରାୟରେ କହିଥିଲେ, କେବଳ ଅମଲାତନ୍ତ୍ରୀଙ୍କୁ ନିଯୁକ୍ତି ନ ଦେଇ ସୂଚନା କମିଶନ ଅଧିକାରୀଙ୍କ ଚୟନ ବେଳେ ସ୍ବଚ୍ଛତା ଅବଲମ୍ବନ ପୂର୍ବକ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିବା ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସାମିଲ କରାଯିବା ଉଚିତ। ଏଥିସହ ଓଡ଼ିଶା, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଗୁଜରାଟ, ନାଗାଲାଣ୍ଡ, ଆନ୍ଧ୍ର ପ୍ରଦେଶ, କେରଳ ଓ କର୍ନାଟକରେ ସୂଚନା କମିଶନ ପଦବୀ ଅବିଳମ୍ବେ ପୂରଣ କରିବାକୁ ସମ୍ପୃକ୍ତ ରାଜ୍ୟଗୁଡ଼ିକର ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଞ୍ଜଳି ଖାଲି ପଦବୀ ପୂରଣ ସକାଶେ ସୁପ୍ରିମକୋର୍ଟଙ୍କ ୨୦୧୯ ରାୟର ଅବତାରଣା କରି ଏହାର ଅନୁପାଳନ ହେଉ ନ ଥିବା ନିଜ ଆବେଦନରେ ଜଣାଇଥିଲେ। ଏଥିସହ ଓଡ଼ିଶା ଏସ୍‌ଆଇସିରେ ୧୬,୭୦୩ ମାମଲା ବିଚାରାଧୀନ ଥିବା ମଧ୍ୟ ଦର୍ଶାଇଥିଲେ। ୩ ସପ୍ତାହ ପରେ ଏହାର ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା...

କେମିତି ଅଛନ୍ତି ପ୍ରତାପ ଷଡଙ୍ଗୀ, ମୁକେଶ ରାଜପୁତ? ଅପଡେଟ ଦେଲା ହସ୍ପିଟାଲ

ନୂଆଦିଲ୍ଲୀ,୨୨।୧୨: ସଂସଦ ବାହାରେ ଝଗଡା ପରେ ଉଭୟ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri