ଅଗଷ୍ଟ ୧୯ରୁ ସ୍ନାତକ ଶେଷ ସେମିଷ୍ଟାର

ଭୁବନେଶ୍ୱର,୨୩।୭: ଅଗଷ୍ଟ ୧୯ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ହେବ । ସେପ୍ଟେମ୍ବର ୨୭ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି ।

ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟରେ ୨୦୨୧-୨୨ ଶିକ୍ଷାବର୍ଷ ନାମ ଲେଖା ପାଇଁ ଅଗଷ୍ଟ ୨୧ରୁ ପ୍ରବେଶିକା ପରୀକ୍ଷାର ଆୟୋଜନ କରାଯିବ । ଏହା ସେପ୍ଟେମ୍ବର ୧ ତାରିଖ ଯାଏଁ ଜାରି ରହିବ । ସେହିପରି ଅକ୍ଟୋବର ୧୫ ତାରିଖ ସୁଦ୍ଧା ସ୍ନାତକୋତ୍ତର ପ୍ରଥମ ସେମିଷ୍ଟାର ପାଇଁ ନାମଲେଖା ଶେଷ ହେବ ।

ସ୍ନାତକୋତ୍ତର ଶେଷ ସେମିଷ୍ଟାର ପିଲାଙ୍କ ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ଶେଷ କରିବାକୁ ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି । ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ସୁଦ୍ଧା ପ୍ରକାଶ ପାଇବ ।

Share