କେମିକାଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ରାଉରକେଲା,୧୫ା୧: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଶ୍ରୀୟା ମେଟାଲିକ ଏଣ୍ଡ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ରାତିରେ ନିଆଁ ଲାଗିଯାଇଥିଲା। ଏହା ଦେଖି ସ୍ଥାନୀୟ କର୍ମଚାରୀ ସେଠାରୁ ଦୌଡ଼ି ପଳାଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ ସଟ୍‌ ସର୍କିଟ୍‌ ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।