Categories: ଜାତୀୟ

ତାମିଲନାଡୁ ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ

ବିରୁଧନଗର,୧୨ ।୨: ତାମିଲନାଡୁର ବିରୁଧନଗରରେ ଥିବା ଏକ ବାଣ କାରଖାନାରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦ୍ୱିପ୍ରହରରେ ଘଟିଥିବା ଏହି ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ଆଗକୁ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ଘଟିପାରେ ବୋଲି କୁହାଯାଉଛି । ତେବେ ମୃତକଙ୍କ ପରିଜନଙ୍କୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡରୁ ୨ ଲକ୍ଷ ଲେଖାଏଁ ସହାୟତ ରାଶି ଘୋଷଣା କରାଯାଇଥିବା ବେଳେ ଆହତଙ୍କ ଲାଗି ୫୦ ହଜାର ଟଙ୍କା ଲେଖାଏଁ ଘୋଷଣା କରାଯାଇଛି । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଆହତଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Share