କଟକ ଅଫିସ,୨୧ା୯: କଟକ ଜଗତପୁରସ୍ଥିତ ସଦ୍ଗୁରୁ କୋଭିଡ୍ ହସ୍ପିଟାଲରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ଚିଫ୍ ଫାୟାର ଅଫିସର ଓ କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ୧୨୭ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ସୂଚନା ମିଳିଛି।