କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୬ ମୃତ…

ଅହମଦାବାଦ୍‌,୧।୫: ଗୁଜରାଟର ଭାରୁଚ୍‌ ସ୍ଥିିତ ଏକ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୧୪ଜଣ ଆକ୍ରାନ୍ତଙ୍କ ସମେତ ୨ ଜଣ ଷ୍ଟାଫ୍‌ ନର୍ସଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର-ଶନିବାର ମଧ୍ୟରାତ୍ର ୧୨ଟା ୩୦ରେ ଏଭଳି ଅଭାବନୀୟ ଘଟଣା ଘଟିଛି। କୋଭିଡ୍‌ କେୟାର ସେଣ୍ଟରରେ ୪୯ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିଲେ। ସେମାନଙ୍କ ମଧ୍ୟରୁ ଆଇସିୟୁରେ ୨୪ ଜଣଙ୍କର ଚିକିତ୍ସା ଜାରି ରହିଥିଲା। ଅଗ୍ନିକାଣ୍ଡରେ ପ୍ରବଳ ଧୂଆଁରେ ଅଣନିଶ୍ୱାସୀ ହୋଇ ୧୨ ଜଣ ଆକ୍ରାନ୍ତଙ୍କର ଛଟପଟ ହୋଇ ମୃତ୍ୟୁ ଘଟିଥିବା କୁହାଯାଉଛି। ଅନ୍ୟ ଆକ୍ରାନ୍ତଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତରଣ କରାଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଶୋକବ୍ୟକ୍ତ କରିଛନ୍ତି। ପ୍ରତି ମୃତକଙ୍କ ପରିବାରବର୍ଗଙ୍କୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ରୂପାଣୀ ଘୋଷଣା କରିଛନ୍ତି। କିଭଳି ଅଗ୍ନିକାଣ୍ଡ ଘଟିଲା ତାହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ ଆତିଶୀ

ନୂଆଦିଲ୍ଲୀ,୨୩।୯: ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।...

ସିସୋଡିଆଙ୍କ ବଡ ବୟାନ, କେଜରିଓ୍ବାଲଙ୍କ ସହ ମୋର ସମ୍ପର୍କ ରାମ ଲକ୍ଷଣ ପରି

ନୂଆଦିଲ୍ଲୀ,୨୩।୯: ବରିଷ୍ଠ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆ ରବିବାର ଦଳର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସହ ଥିବା ସମ୍ପର୍କକୁ ପ୍ରଭୁ ରାମ...

କୋଲକାତାରେ ସେମିକଣ୍ଡକ୍ଟର ପ୍ଲାଣ୍ଟ କରିବ ଆମେରିକା

ନୂଆଦିଲ୍ଲୀ,୨୩ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଶନିବାର ରାତିରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନାରେ ଏମ୍‌କ୍ୟୁ-୯ବି ଡ୍ରୋନ୍‌, ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ...

ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଲଂଘନ, ବର୍ଣ୍ଣବୈଷମ୍ୟ ଅଭିଯୋଗ

ନୂଆଦିଲ୍ଲୀ,୨୩ା୯: ନେଟ୍‌ଫ୍ଲିକ୍ସ ବିରୋଧରେ ଭିଜା ଉଲ୍ଳଂଘନ ଓ ବର୍ଣ୍ଣବୈଷମ୍ୟ ଅଭିଯୋଗ ଆସିବା ପରେ ଏହି ଆମେରିକୀୟ ଷ୍ଟ୍ରିମିଂ ଜାଏଣ୍ଟର ବ୍ୟବସାୟିକ କାର୍ଯ୍ୟପ୍ରଣାଳୀକୁ ନେଇ ଭାରତ ତଦନ୍ତ ଚଳାଇଛି।...

ଚନ୍ଦ୍ରରେ ୧୬୦ କି.ମି. ଓସାର ଗର୍ତ୍ତ ଠାବକଲା ପ୍ରଜ୍ଞାନ ରୋଭର

ନୂଆଦିଲ୍ଲୀ,୨୩।୯ : ଚନ୍ଦ୍ରୟାନ-୩ ମିଶନର ପ୍ରଜ୍ଞାନ ରୋଭର ଚନ୍ଦ୍ରପୃଷ୍ଠରେ ୧୬୦ କି.ମି. ଓସାରର ଏକ ପୁରାତନ ଗର୍ତ୍ତ ଠାବ କରିଛି। ଚନ୍ଦ୍ର ଦକ୍ଷିଣ ମେରୁ ଐତ୍‌କେନ...

ଦଳିତଙ୍କୁ ନିର୍ଯାତନା: ୫ମରେ ଓଡ଼ିଶା

ନୂଆଦିଲ୍ଲୀ,୨୩।୯: ଦେଶରେ ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି (ଏସ୍‌ଟି)ଙ୍କ ପ୍ରତି ବର୍ବରତା ବଢ଼ିବାରେ ଲାଗିଛି। ଉଭୟ ଏସ୍‌ସି ଏବଂ ଏସ୍‌ଟିଙ୍କୁ ନିର୍ଯାତନା ମାମଲାରେ...

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri