Categories: ଜାତୀୟ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନିଆଁ…

ନୂଆଦିଲ୍ଲୀ, ୮।୬ : ମଙ୍ଗଳବାର-ବୁଧବାର ବିଳମ୍ବିତ ରାତ୍ରରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାର୍ଯ୍ୟାଳୟରେ ନିଆଁ ଲାଗିଯାଇଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଳମ୍ବିତ ରାତ୍ର ୧୨ଟା ୧୮ରେ କାର୍ଯ୍ୟାଳୟର ପ୍ରଥମ ମହଲାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପରେ ୭ ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଧ ଘଣ୍ଟା ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଟେଲିଫୋନ ଏକ୍ସଚେଞ୍ଜ୍‌ର କାର୍ଯ୍ୟାଳୟର ରୁମ୍‌ ନମ୍ବର ୮୨-ଏ ଏବଂ ୮୨-ବି ରେ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନାହିଁ। ତେବେ ଅତ୍ୟଧିକ ଗରମ ପଡ଼ିଥିବାରୁ ଶର୍ଟ ସର୍କିଟ୍‌ ଯୋଗୁ ଏଭଳି ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଦିଲ୍ଲୀ ପୋଲିସର ଟିମ ଏକ ମାମଲା ରୁଜୁ କରି ଦୁର୍ଘଟଣାର ତଦନ୍ତ ଜାରି ରଖିଛନ୍ତି।

Share