ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ ଅଗ୍ନିକାଣ୍ଡ ଘଟି ବହୁ ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀର ୨ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଥିଲେ ହେଁ ପ୍ରକୃତ କାରଣ ଜଣାପଡିନାହିଁ। ତେବେ ଅପରାହ୍ନରେ ଏହି ଘଟଣା ପରେ ବିଭାଗ ଓ ଏହାର ଆଖପାଖ ବିଭାଗରେ କର୍ମଚାରୀମାନେ ଇତସ୍ତତଃ ହୋଇ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ପରେ ଅଗ୍ନିଶମ ବାହିନୀ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ କରିବାରୁ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀମାନେ ଏଣେତେଣେ ବୁଲୁଥିବା ଦେଖାଯାଇଛି।
ସୂଚନା ଯୋଗ୍ୟ, ପ୍ରତିବର୍ଷ ସଚିବାଳୟରେ ଏହିଭଳି ଅଗ୍ନିକାଣ୍ଡ ଘଟୁଛି। ପୂର୍ବରୁ ରାଜସ୍ବ ବିଭାଗରେ ଏଭଳି ଏକ ଅଘଟଣ ଘଟି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡି ପାଉଁଶ ହୋଇଯାଇଥିଲା। ୨୦୨୩ ଅକ୍ଟୋବର ୩ ତାରିଖ ସକାଳେ ହଠାତ ରାଜସ୍ବ ବିଭାଗର ରାଜସ୍ବମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଏବଂ ଏହାର ପାଖ କାର୍ଯ୍ୟାଳୟରେ ନିଆଁ ଲାଗି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri