ରୁଷିଆର ଏକ ହୋଟେଲରେ ଅଗ୍ନିକାଣ୍ଡ, ୨ ଶିଶୁଙ୍କ ସମେତ ୬ ମୃତ

ମସ୍କୋ,୨୨ ।୨: ରୁଷିଆର ଜରୁରିକାଳୀନ ପରିସ୍ଥିତି ମନ୍ତ୍ରଣାଳୟ ମଙ୍ଗଳବାର ବିଳମ୍ବିତ ରାତିରେ ସୂଚନା ଦେଇଛି କି ମସ୍କୋର ଏକ ବହୁମହଲା ବିଶିଷ୍ଟ ହୋଟେଲରେ ଅଗ୍ନିକାଣ୍ଡ ଯୋଗୁ ୨ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି । ମନ୍ତ୍ରଣାଳୟ ଟେଲିଗ୍ରାମ ମେସେଜିଂ ପ୍ଲାଟଫର୍ମରେ କହିଛି ଯେ ଅଗ୍ନିକାଣ୍ଡରେ ୨ ଜଣ ଆହତ ହୋଇଛନ୍ତି ଏବଂ ପ୍ରାୟ ୨୦୦ରୁ ଅଧିକ ଲୋକଙ୍କୁ ବିଲଡିଂରୁ ସ୍ଥାନାନ୍ତର କରାଯାଇଛି ।
ରୁଷିଆର ଯାଞ୍ଚ ସମିତି ଟେଲିଗ୍ରାମରେ କହିଛି ଅଧା ରାତିର ଠିକ୍ ପୂର୍ବରୁ ନିଆଁକୁ ଲିଭାଇ ଦିଆଯାଇଥିଲା ଓ ପ୍ରତିଟି କୋଠରିର ନିରିକ୍ଷଣ କରାଯାଇଥିଲା । ଏହାସହ ବିଲଡିଂର ପଞ୍ଚମ ମହଲାରେ ଲାଗିଥିବା ନିଆଁର କାରଣ ଜାଣିବାକୁ ଏକ ଆପରାଧିକ ମାମଲା ଦାୟର କରାଯାଇ ଯାଞ୍ଚ ଆରମ୍ଭ କରାଯାଇଛି ।
ରୁଷିଆ ଏଜେନ୍ସି କହିଛି ମସ୍କୋର ତଗାଂସ୍କି ଜିଲାରେ ୪୧ ବର୍ଷ ପୁରୁଣା ବିଲଡିଂର ତଳ ମହଲାରେ ଏମକେଏମ ହୋଟେଲ ସହ ଉପର ଫ୍ଲୋରରେ ଆପାର୍ଟମେଣ୍ଟ ରହିଛି । ରୁଷିଆର ତାସ ଏଜେନ୍ସି ଏକ ଜରୁରିକାଳୀନ ସେବା ଅଧିକାରୀଙ୍କ ସୂଚନା ଆଧାରରେ କହିଛି କି ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ...

ଗୋଟିଏ ଗାଡ଼ିକୁ ପିଛା କରୁଥିଲା ପାଟ୍ରୋଲିଂ ଗାଡ଼ି: ଆଗ ଗାଡ଼ିରୁ ଅବକାରୀ ଗାଡ଼ିକୁ ହେଲା ଗୁଳିମାଡ଼ , ପରେ ଫିଲ୍ମ ଷ୍ଟାଇଲରେ…

ସୁନ୍ଦରଗଡ,୧୨।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ମଶାବିରା ରାସ୍ତାରେ ଶନିବାର ସକାଳେ ଅବକାରୀ ବିଭାଗର ଗାଡି ଉପରକୁ ଗୁଳି ମାଡ ହୋଇଛି।...

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ...

Pakistan Earthquake: ପାକିସ୍ତାନରେ ଭୂକମ୍ପ ଝଟ୍‌କା, ଘରୁ ଭୟରେ ଦୌଡିଲେ ଲୋକ

ଇସଲାମବାଦ,୧୨।୪: ଥରିଲା ପାକ୍‌। ଶନିବାର ପାକିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଯାହା ଫଳରେ ଅନେକ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ରିକ୍ଟର ସ୍କେଲରେ 5.8 ତୀବ୍ରତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image