କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଯାଜପୁର ଜିଲା ସୁକିନ୍ଦାରୁ କୋଇଲା ବୋଝେଇ କରି କେନ୍ଦୁଝର ଜିଲା ବାଂଶପାଣିକୁ ଆସୁଥିବା ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ହରିଚନ୍ଦନପୁର ଅଗ୍ନିଶମ ବିଭାଗ କର୍ମଚାରୀ ନିଆଁ ଲିଭାଇବା ପରେ ଟ୍ରେନ୍‌ ଗନ୍ତବ୍ୟ ସ୍ଥଳକୁ ଯାଇଥିଲା। ଲୋକପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଡ଼ ଦୁର୍ଘଟଣା ଏଡ଼ାଇ ଯାଇଥିଲା।
ସୂଚନା ଅନୁଯାୟୀ, ବାଂଶପାଣି ଅଭିମୁଖେ ଯାଇଥିବା କୋଇଲା ବୋଝେଇ ଟ୍ରେନର ୬ଟି ବଗିରୁ ଗୁରୁବାର ଅପରାହ୍ନରେ ଧୂଆଁ ବାହାରୁଥିବା ଲୋକପାଇଲଟ ଦେଖି ହରିଚନ୍ଦନପୁର ରେଳ ଷ୍ଟେଶନକୁ ସୂଚନା ଦେଇଥିଲେ। ହରିଚନ୍ଦନପୁର ରେଳ ଷ୍ଟେଶନରେ ଟ୍ରେନ୍‌ଟି ପ୍ରାୟ ୧.୩୦ରେ ପହଞ୍ଚି ଥିଲା। ଷ୍ଟେଶନ ମାଷ୍ଟରଙ୍କଠାରୁ ଖବର ପାଇ ହରିଚନ୍ଦନପୁର ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପାଖାପାଖି ୫ ଟାରେ ନିଆଁ ଲିଭିବା ପରେ ଟ୍ରେନ୍‌ଟି ଯାତ୍ରା ଆରମ୍ଭ କରିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ଏ ନେଇ ହରିଚନ୍ଦନପୁର ରେଳ ଷ୍ଟେଶନ ମାଷ୍ଟର ସୁରେଶ କୁମାର ପଲେଇ କହିଛନ୍ତି, ଖରା ଦିନରେ କୋଇଲା ବୋଝେଇ ଟ୍ରେନ୍‌ ଅନେକ ସମୟରେ ପବନ ବାଜି ଆପେ ନିଆଁ ଲାଗିଯାଇଥାଏ। ତେବେ ନିଆଁ ଲିଭିବା ପରେ ଟ୍ରେନ୍‌କୁ ଛଡ଼ାଯାଇଛି। କୌଣସି ଅଘଟଣ ଘଟିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁ ଆସୁ ବଡ଼ କାମ କଲେ ବିଡିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୨ ବର୍ଷ ଧରି ସଫଳତାର ସହ ଷ୍ଟ୍ରବେରୀ ଚାଷ ହୋଇଥିବା ବେଳେ ଚଳିତ ବର୍ଷ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଭିଡ଼ ଭିତରେ ନୂଆ ବିଡ଼ିଓ, ସ୍ବାଗତ କଲେ ଶହ ଶହ ଲୋକ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ଦାରିଙ୍ଗବାଡିରେ ନୂଆ ବିଡ଼ିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ଭେଟିବାକୁ ଲୋକଙ୍କ ବ୍ଲକ କାର୍ଯ୍ୟାଳୟରେ ଭିଡ଼ ଦେଖିବାକୁ ମିଳିଛି। କଂଗ୍ରେସର...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା...

ମଦ ବିରୋଧରେ ଅଣ୍ଟାଭିଡ଼ିଲେ ୬ ଗାଁର ମହିଳା

ଅମରପାଲି,୨୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅବାଧରେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ଶପଥ ନେଲେ ଦାରିଙ୍ଗବାଡି ଥାନା ପୋଲିସ: ଦୁର୍ନୀତି କରିବାନି କି ହେବାକୁ ଦେବାନି

ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏ ନେଇ ସଚେତନ କରାଯାଉଛି। ଏହି କ୍ରମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri