ଜୟପୁର ବନାଞ୍ଚଳରେ ଲାଗିଲା ନିଆଁ

ଜୟପୁର, ୪ା୪(ପବନ ପାଣିଗ୍ରାହୀ): ଜୟପୁର ବନାଞ୍ଚଳ ଅଧୀନରେ ଥିବା ବିଭିନ୍ନ ଜଙ୍ଗଲେ ନିଆଁ ଲାଗିଛି । ଡଙ୍ଗରଛିଞ୍ଚି, ଜବାକନାଡି, ଘାଟବାଗରା, ଗଡପଦର ପାହାଡ଼ ଓ ମାଳିଗୁଡ଼ା ଜଙ୍ଗଲରେ ନିଆଁ ଲାଗିଛି। ଗଡପଦର ପାହାଡ଼ରେ ନିଆଁକୁ ଆୟତ୍ତ କରିବାକୁ ବନ ବିଭାଗକୁ ନାକେଦମ ହେବାକୁ ପଡ଼ିଛି। ଏହି ପାହାଡ଼ରେ ୮ ଜଣ ବନ କର୍ମଚାରୀ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଥିବା ବେଳେ ୩ଜଣ କର୍ମଚାରୀ ଅଚେତ ହୋଇଯାଇଥିଲେ। ଏହି ସମୟରେ ହାଠାତ୍‌ ପବନ ହେବାରୁ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା। କର୍ମଚାରୀମାନେ ନିଆଁ ମଝିରେ ରହି ଯାଇଥିଲେ। ଫଳରେ ନିଆଁ ଧୂଆଁରେ ରୁନ୍ଧି ହୋଇ ପାରା ଓ ଫାୟର ସ୍କ୍ବାଡର ୩ଜଣ କର୍ମଚାରୀ ଅଚେତ ହୋଇ ଯାଇଥିଲେ। ତୁରନ୍ତ ଦମକଳ ବାହିନୀ ଓ ଆମ୍ବୁଲାନ୍ସକୁ ଅନ୍ୟ କର୍ମଚାରୀମାନେ ଖବର ଦେଇଥିଲେ। ବହୁ କଷ୍ଟରେ ସେମାନଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ବହୁ ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଥିବା ବନାଞ୍ଚଳ ଅଧିକାରୀ ସଚ୍ଚିଦାନନ୍ଦ ପରିଡ଼ା କହିଛନ୍ତି । ନିଆଁ ଲାଗିବା ଯୋଗୁ ବହୁ ଔଷଧୀୟ ବୃକ୍ଷ ଓ ବିଭିିନ୍ନ ପ୍ରଜାତିର ଗଛ କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri