ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ପାଟଣା,୧୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କଡ଼ ତୁରୁମୁଙ୍ଗା ଝାରବେଡା ଛକରେ ଏକ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ଝାରବେଡା ଛକ ସ୍ଥିତ ହୋଣ୍ଡା ଶୋ’ରୁମର ଉପର ମହଲାରେ ଥିବା ମଣି ଭୂଷଣ ବାରିକଙ୍କ ‘ହି ଏଣ୍ଡ ସି’ ଡ୍ରେସ ଦୋକାନରେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଯାଇଥିଲା। ଦୋକାନରେ ନିଆଁ ଲାଗିବା ଦେଖି ସ୍ଥାନୀୟ ଲୋକେ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ତେବେ ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ଲକ୍ଷାଧିକ ଟଙ୍କାର ଡ୍ରେସ ଜଳି ପଡ଼ି ନଷ୍ଟ ହୋଇଯାଇଥିଲା। ଅନ୍ୟପଟେ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

Share