ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ଏଥି ପାଇଁ ବନବିଭାଗ, ଦମକଳ ବାହିନୀ ଓ ଓଡ୍ରାଫ୍ଟ ଟିମ୍‌ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଗୁରୁବାର ଶିମିଳିପାଳ ଅଭୟାରଣ୍ୟରେ ୩୧ଟି ଫାୟାର ପଏଣ୍ଟ ଚିହ୍ନଟ ହୋଇଥିବା ନେଇ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ(ଆର୍‌ସିସିଏଫ)ଡ.ପ୍ରକାଶ ଚାନ୍ଦ ଗୋଗିନେନୀ କହିଛନ୍ତି ା
ସଚେତନତା ସତ୍ତ୍ୱେ ସମ୍ପୂର୍ଣ୍ଣ ବନାଗ୍ନି ରୋକାଯାଇପାରୁ ନାହିଁ। ନିଆଁକୁ ନେଇ ବିଭାଗୀୟ ଅଧିକାରୀ ଓ ପରିବେଶବିତ୍‌ମାନେ ଚିନ୍ତାରେ ପଡ଼ିଛନ୍ତି। ବର୍ଷ ତମାମ ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ବନାଗ୍ନିକୁ ନେଇ ବିଭିନ୍ନ ସଚେତନତା ଭିତ୍ତିିକ କାର୍ଯ୍ୟକ୍ରମ କରାଯାଉଛି। ମହୁଲ ସଂଗ୍ରହ ଓ ଶିକାର ଉଦ୍ଦେଶ୍ୟରେ ଲୋକେ ନିଅଁା ଲଗାଇବାକୁ ପଛାଉ ନାହାନ୍ତି। ଜୀବନଜୀବିକା ଉଦ୍ଦେଶ୍ୟରେ ଲୋକେ ବନ୍ୟଜାତ ଦ୍ରବ୍ୟ ଉପରେ ନିର୍ଭର କରି ଏଭଳି ପରିସ୍ଥିତି ସୃଷ୍ଟି କରୁଥିବା ନେଇ ପରିବେଶବିତ୍‌ ଭାନୁମିତ୍ର ଆଚାର୍ଯ୍ୟ କହିଛନ୍ତି। ସେମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ କରି ରୋଜଗାରକ୍ଷମ ପୂର୍ବକ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯାଇ ପାରିଲେ ଏହାକୁ ରୋକାଯାଇ ପାରିବ ବୋଲି ଆଚାର୍ଯ୍ୟ ମତ ଦେଇଛନ୍ତି। ସେହିପରି ନିଆଁ ଲଗାଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri