ବଡ଼ଖରିଡ଼ାରେ ଅଗ୍ନିକାଣ୍ଡ: ୮ ପରିବାର ସର୍ବସ୍ବାନ୍ତ, ତହସିଲଦାରଙ୍କ ପକ୍ଷରୁ ସହାୟତା

ପୁରୁଷୋତ୍ତମପୁର, ୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବଡଖରିଡା ଗ୍ରାମରେ ଗୁରବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୮ ଟି ପରିବାର ସମ୍ପୂର୍ଣ୍ଣ ରୂପେ ଛାରଖାର ହୋଇଯାଇଛି। ଆସବାବପତ୍ର ସମେତ ଧାନ, ଚାଉଳ, ଲୁଗାପଟା ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ପୁରୁଷୋତ୍ତମପୁର ଓ କବିସୂର୍ଯ୍ୟନଗର ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପୁରୁଷୋତ୍ତମପୁର ତହସିଲଦାର ନିତିଶ କୁମାର ତ୍ରିପାଠୀ ଶୁକ୍ରବାର ଘଟଣା ସ୍ଥଳକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରି ସମସ୍ତ କ୍ଷତିଗ୍ରସ୍ତ ପରିବାର ପିଛା ପଲିଥିନ ଓ ୧୦ହଜାର ଟଙ୍କାର ଚେକ ସହାୟତା ବାବଦରେ ପ୍ରଦାନ କରିଛନ୍ତି। କ୍ଷତିଗ୍ରସ୍ତ ପରିବାର ହେଲେ ଝୁନୁ ବେହେରା, ହେମ ବେହେରା, ଦୁର୍ଯ୍ୟୋଧନ ବେହେରା,ସୁଦର୍ଶନ ବେହେରା, ମୁରଲି ବେହେରା, ରବି ବେହେରା, ଶିବରାମ ବେହେରା ଓ ରାଜୁ ବେହେରା। ତେବେ ନଷ୍ଟ ହୋଇଥିବା ସମ୍ପତ୍ତିର ମୂଲ୍ୟ ଆନୁମାନିକ ପ୍ରାୟ ୨୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି କୁହାଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋକସରା,୨୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଥାନା ଅନ୍ତର୍ଗତ ମହାଜନଗୁଡା ଓ ଶିଉନି ମଧ୍ୟରେ ଶୁକ୍ରବାର ଅପରାହ୍ନରେ...

୪ ଶହ କେଜି ମହୁଲ ଫୁଲ ସହ ଅଟୋ ଜବତ, ଜଣେ ଗିରଫ

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ଗଦଡି ଅଞ୍ଚଳରେ ବେଆଇନ ମହୁଲ ଫୁଲ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ। ଅଟୋ...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଭରଣା ଚିନ୍ତା: ଜିଲାପାଳଙ୍କୁ ବାଣଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବିପତ୍ର

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଅଦିନିଆ ଲଗାଣ ବର୍ଷା ହେତୁ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ ଉଚ୍ଛେଦ, ଟୋକେନ୍ ଅବଧି ବୃଦ୍ଧି ଏବଂ ଫସଲବୀମା ଅର୍ଥ...

ସାମ୍ବାଦିକଙ୍କ ଗାଡି ନେଇଗଲେ ଚୋର, ଟେର୍ ପାଉନି ପୋଲିସ

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଞ୍ଚଳରେ ଏବେ ଚୋରି ସଂଖ୍ୟା ବୃଦ୍ଧି ପାଉଛି । ଏପରିକି ଦୃବର୍ତମାନେ ସାମ୍ବାଦିକକୁ ମଧ୍ୟ ଛାଡି ନାହାନ୍ତି। ଏକ ଦୈନିକ...

ରାମେଶ୍ୱର, ନିରାକାରପୁର ଛାଡି ଯାଉନି ଦନ୍ତା: ନୂଆ ଜଗନ୍ନାଥ ସଡ଼କରେ କଲା ଉତ୍ପାତ

ନିରାକାରପୁର,୨୭।୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଓ ରାମେଶ୍ୱର ଛାଡି ଯାଉନି ଦନ୍ତା ହାତୀ। ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ...

ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ

ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି।...

ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ

ଥୁଆମୂଳ ରାମପୁର,୨୭ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ମେଲକୁନ୍ଦେଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟାଘେରରେ ରହିଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ୨୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri