କର୍ଫ୍ୟୁ ପ୍ରଭାବରେ ପରିବା ବଜାରରେ ନିଆଁ, ୧୦୦ ଛୁଇଁଲା ଟମାଟୋ-ପିଆଜ

ବାଲେଶ୍ୱର,୧୯।୬: ବାଲେଶ୍ୱରରେ ଲାଗିଥିବା କର୍ଫ୍ୟୁ ପ୍ରଭାବରେ ସାଧାରଣ ଜନତା ହନ୍ତସନ୍ତ ହୋଇଛନ୍ତି। ଏହା ପ୍ରଭାବରେ ପରିବା ଦର ଆକାଶ ଛୁଆଁ ହୋଇଛି । ସବୁ ପରିବା ଦର କିଲୋ ପ୍ରତି ପାଖାପାଖି ୧୦୦ ଟଙ୍କା ଛୁଇଁଛି। ଟମାଟୋ, ପିଆଜ ଦର ୧୦୦ ଉପରେ ଥିବାବେଳେ କଲରା ୧୦୦, ପୋଟଳ ୮୦, ବାଇଗଣ ୧୦୦, ଝୁଡଙ୍ଗ ୮୦ ଟଙ୍କା ଛୁଇଁଛି ।

ବାଲେଶ୍ୱର ସହରରେ ଇଣ୍ଟରନେଟ ସେବା ବନ୍ଦ ରହିଛି । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତିି ନେଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପରେ ପୁରା ସହରରେ ଅର୍ନିଦ୍ଧିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଛି । ବୁଧବାର କର୍ଫ୍ୟୁ କଟକଣା ଭାଙ୍ଗିବା ଅଭିଯୋଗରେ ୩୦ ଜଣଙ୍କୁ ଅଟକ ରଖାଯାଛି।

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ଅଶାନ୍ତ ହୋଇପଡ଼ିଥିବା ବାଲେଶ୍ୱର ସହରରେ କର୍ଫ୍ୟୁ ବୁଧବାର ବି ବଳବତ୍ତର ରହିଛି। ଏଥିସହିତ ମଙ୍ଗଳବାର ଅପରାହ୍ନରୁ ସହରରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି। ସୋମବାର ବିଳମ୍ବିତ ରାତିରୁ କର୍ଫ୍ୟୁ କଟକଣା ଲାଗୁ ହୋଇଥିବାବେଳେ ଆଜି ରାତି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଏସ୍ପି ସାଗରିକା ନାଥ ସୂଚନା ଦେଇଛନ୍ତି। ସହରର ସମସ୍ତ ସମ୍ବେଦନଶୀଳ ଅଞ୍ଚଳରେ ପୋଲିସ ପଇଁତରା ମାରୁଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଓଡ଼ିଶା ପୋଲିସର ୪୦ ପ୍ଲାଟୁନ ଫୋର୍ସ ଓ ଅଧିକାରୀ ନିୟୋଜିତ ଥିବା ବେଳେ ୬ ପ୍ଲାଟୁନ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ ହୋଇଛନ୍ତି।

ପୂର୍ବାଞ୍ଚଳ ଜୋନ ଆଇଜି ଦୀପକ କୁମାର ଓ ବାଲେଶ୍ବର ଏସ୍ପି ସାଗରିକା ନାଥଙ୍କ ସମେତ ଜିଲାସ୍ତରୀୟ ପୋଲିସ ଅଧିକାରୀମାନେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏକାଧିକ ପୁଲିସ ପାଟ୍ରୋଲିଂ ଗାଡ଼ି ସହରରେ ପଇଁତରା ମାରୁଛି। ଗୋଷ୍ଠୀ ବିବାଦ ପ୍ରଶମନ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ବିଭିନ୍ନ ସ୍ତରର ଲୋକପ୍ରତିନିଧି ଏବଂ ଶାନ୍ତି କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରାଯାଉଛି। କର୍ଫ୍ୟୁ ବଳବତ୍ତର ରହିଥିବା ବେଳେ ଗୋଷ୍ଠୀ ବିବାଦ ଜନିତ ହିଂସାକାଣ୍ଡ ଓ ଭଙ୍ଗାରୁଜାକୁ ନେଇ ରୁଜୁ ହୋଇଥିବା ୧୫ଟି ମାମଲାରେ ମୋଟ ୫୦ରୁ ଉଦ୍ଧ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏହି ଗିରଫ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଏସ୍ପି ସାଗରିକା ନାଥ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ ଆସିବାର ନିର୍ଦେଶ ରହିଛି। ଶାନ୍ତି ବଜାୟ ରଖିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।
ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ। ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍ଜିଦ ଓ ପାତ୍ରପଡାସ୍ଥିତ ମସ୍ଜିଦ୍ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ। ଉକ୍ତ ଗଣ୍ଡଗୋଳକୁ ନେଇ ଟାଉନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ୧୪୪ଜଣ ଲୋକଙ୍କୁ ଅଟକ ରଖାଯାଇ ତଦନ୍ତ କରାଯାଉଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସ୍ପି ସାଗରିକା ନାଥ ଓ ଜିଲାପାଳ ଆଶିଷ ଠାକ୍ରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ କର୍ଫ୍ୟୁ ଜାରି କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri