ଫୁଲବାଣୀ ଅଫିସ,୩।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ତାଙ୍କୁ ଅପହରଣ କର ଯାଇଥିବାନେଇ ସନ୍ଦେହ କରାଯାଉଛି। ମାଓବାଦୀ କି ଅନ୍ୟ କେହି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁସାରେ ଅନୁସାରେ, ଶୁକ୍ରବାର ଜାଜେଶପାଙ୍ଗା ଗାଁରେ ବରାଳ ଦେବୀ ପୂଜା ପାଇଁ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଯାତ୍ରାରେ ଉପାଧକ୍ଷ ଅଜିତଙ୍କୁ ଅତିଥି ଭାବରେ ଡକାଯାଇଥିଲା। ଉପାଧକ୍ଷ ନିଜ କାରରେ ରତଙ୍ଗ ପଞ୍ଚାୟତ ସମିତି ସଭ୍ୟ ବିରଞ୍ଚି ମଳିକ ଓ ବସନ୍ତ ମାଝୀ ନାମକ ତାଙ୍କର ଜଣେ ସହଯୋଗୀଙ୍କ ସହ ଜାଜେଶପାଙ୍ଗା ପାଇଁ ବାହାରିଥିଲେ। କାର୍ଯ୍ୟକ୍ରମରେ ବିଳମ୍ବ ହେବାରୁ ସେ ତାଙ୍କ କାରରେ ସାଡିଙ୍ଗିଆ ଯାଉଥିଲେ। ରାସ୍ତାରେ ଥିବା ଘାଟି ନିକଟରେ କାରଟିକୁ ରଖି ବାହାରକୁ ପରିସ୍ରା ପାଇଁ ଓହ୍ଲାଇଥିଲେ। ଏଥିସହ ତାଙ୍କର ଦୁଇଜଣ ସହଯୋଗୀ ମଧ୍ୟ ଓହ୍ଲାଇଥିଲେ। ଦୁଇ ସହଯୋଗୀ ପରିସ୍ରା କରି ଫେରିଲା ପରେ ଅଜିତ ପାଖରେ ନ ଥିବା ଦେଖିବାକୁ ପାଇଥିଲେ। ଉଭୟ ସ୍ଥାନୀୟ ଅଞ୍ଚଳରେ ବହୁ ଖୋଜା ଖୋଜି କଲା ପରେ ମଧ୍ୟ୍ୟ ଅଜିତଙ୍କୁ ପାଇଁ ନ ଥିଲେ। ଅନ୍ୟପଟେ ଅଜିତଙ୍କ କାରରେ କାର ଚାବି ଲାଗି ରହିଥିବା ବେଳେ ତାଙ୍କ ମୋବାଇଲ ମଧ୍ୟ ରହିଛ। କିଛି ସମୟ ପରେ ରତଙ୍ଗ ସମିତି ସଭ୍ୟ ବିରଞ୍ଚି ମଳିକ ଫିରିଙ୍ଗିଆ ଥାନାକୁ ଫୋନ ଯୋଗେ ସବୁ କଥା ଜଣାଇଥିଲେ। ବର୍ତ୍ତମାନ ସୁଦ୍ଧା ଉପାଧକ୍ଷଙ୍କ କୌଣସି ଖୋଜଖବର ମିଳିପାରିନଥିବା ବେଳେ ପୋଲିସ ତଦନ୍ତ ଜାରିରଖିଛି । ଅନ୍ୟପଟେ ଉକ୍ତ ଅଞ୍ଚଳଟି ମାଓବାଦୀ ଅଧିସୁତ ଅଞ୍ଚଳ ହୋଇଥୁବାରୁ ମାଓବାଦୀ ଅଜିତଙ୍କୁ ଅପହରଣ କରିନେଇଥିବା ସନ୍ଦେହ କରାଯାଉଛି । କିଛି ଦିନ ତଳେ ଏହି ଅଞ୍ଚଳରେ ମାଓବାଦୀ ଜଣେ ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କରି ନିଜର ସ୍ଥିତି ଜାହିର କରିଥିଲେ।
Posted inHome Left, ଆମ ଜିଲା ଖବର, କନ୍ଧମାଳ View All
ଘରେ ପଶି ଅତର୍କିତ ଆକ୍ରମଣ କରିଥିଲେ ମା’-ପୁଅ: ଏବେ ଜେଲ୍ରେ…
ଦିଗପହଣ୍ଡି,୧୫।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଏସ୍.ଚାଞ୍ଚଡାପଲ୍ଲୀ ଗ୍ରାମର ଗଗନ ପାତ୍ର ଏବଂ ତାଙ୍କ ସ୍ତ୍ରୀ ରାଜେଶ୍ୱରୀ ପାତ୍ରଙ୍କୁ ଘରେ ପଶି...
୯ ଘଣ୍ଟା ହେବ ବିଦ୍ୟୁତ୍ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….
ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...
ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି
ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି।...
ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି
ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...
ଶେଫାଳି ବର୍ମା ପ୍ଲେୟର ଅଫ୍ ଦି ମନ୍ଥ୍
ଦୁବାଇ, ୧୫ା୧୨: ଭାରତ ଓପନର ଶେଫାଳି ବର୍ମା ନଭେମ୍ୱର ମାସ ପାଇଁ ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ସେମିଫାଇନାଲରେ...
New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ
ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...
ମେସିଙ୍କ କ୍ରିକେଟ୍ କ୍ରେଜ୍: ବଡ଼ ଉପହାର ଦେଲେ ଜୟ ଶାହା
ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...
ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...
Archives


