ରାଉରକେଲାରେ ଭୋଲ୍‌ଟାସର ପ୍ରଥମ ବ୍ରାଣ୍ଡ୍‌ ଶପ୍‌

ଭୁବନେଶ୍ୱର,୧୩।୧(ଅନୁରାଧା ମହାରଣା): ଦେଶର ଅଗ୍ରଣୀ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଭୋଲ୍‌ଟାସ ଲିମିଟେଡ୍‌ର ନ୍ୟୁ ବ୍ରାଣ୍ଡ୍‌ ଶପ୍‌ ରାଉରକେଲାଠରେ ଉଦ୍‌ଘାଟିତ ହୋଇଯାଇଛି। କମ୍ପାନୀର ସ୍ବୀକୃତିପ୍ରାପ୍ତ ବି.କେ. ରିଟେଲ୍ସ ଆନୁକୂଲ୍ୟରେ ବୁଧବାର ରାଉରକେଲାର ଫର୍ଟିଲାଇଜର ଟାଉନଶିପ ଇ ବ୍ଲକ୍‌ ମାର୍କେଟଠାରେ ଆନୁଷ୍ଠାନିକ ଭାବେ ଉକ୍ତ ଶପର ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୋଲ୍‌ଟାସ୍‌ର ଆଞ୍ଚଳିକ ମୁଖ୍ୟ ଇଷ୍ଟ-୨ ମାନସ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କମ୍ପାନୀର ଅଧିକାରୀ, ଆଉଟ୍‌ଲେଟର ସ୍ବତ୍ୱାଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ରାଜ୍ୟରେ ଭୋଲ୍‌ଟାସ୍‌ର ଏହା ୧୮ତମ ବ୍ରାଣ୍ଡ୍‌ ଶପ୍‌ ହୋଇଥିବା ବେଳେ ସମଗ୍ର ଦେଶରେ ଭୋଲ୍ଟାସ୍‌ର ୩୦୦ରୁ ଅଧିକ ଆଉଟ୍‌ଲେଟ୍‌ ରହିଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ଭୋଲ୍ଟାସ୍‌ ଏବଂ ଭୋଲ୍ଟାସ୍‌ ବେକୋରର ସମସ୍ତ ଉପତ୍ାଦ ଉପଲବ୍ଧ। ଭୋଲ୍ଟାସ୍‌୍‌ର ସିଇଓ ତଥା ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ବକ୍ସି କହିଛନ୍ତି, ଗ୍ରାହକଙ୍କ ଚାହିଦାକୁ ସର୍ବଦା ଗୁରୁତ୍ୱ ଦେଇଆସୁଥିବା ଭୋଲ୍ଟାସ୍‌ର ଏହି ନୂଆ ଆଉଟ୍‌ଲେଟ୍‌ ଗୋଟିଏ ଛାତ ତଳେ ସମସ୍ତ ଉପକରଣ ଯୋଗାଇଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri