୨୩ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ଆସନ୍ତା ୨୩ ତାରିଖ ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଡ୍ୟାମ୍‌ କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ତେଣୁ ଗେଟ୍‌ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ ୨୩ରେ କେତୋଟି ଗେଟ୍‌ ଖୋଲାଯିବ ସେ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଠିକ୍‌ ସୂଚନା ଦେଇନାହାନ୍ତି। ପ୍ରତିବର୍ଷ ଭଳି ଚଳିତବର୍ଷ ୭ ନମ୍ବର ସ୍ଲୁଇସ ଗେଟ୍‌ ଖୋଲାଯିବା ଆଶା କରାଯାଉଛି। ଗେଟ୍‌ ଖୋଲାଗଲେ ହୀରାକୁଦ ଡ୍ୟାମ୍‌ ତଳମୁଣ୍ଡରେ ମହାନଦୀର ଜଳସ୍ତର ବୃଦ୍ଧି ପାଇବା ସହିତ ଏହାର ଶାଖା ନଦୀଗୁଡ଼ିକର ଜଳସ୍ତର ମଧ୍ୟ ବୃଦ୍ଧି ପାଇବ। ତେଣୁ ତଳମୁଣ୍ଡରେ ବସବାସ କରୁଥିବା ଲୋକେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। କୌଣସି ଦୁର୍ଘଟଣା ଘଟିଲେ ବନ୍ଧ କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ ବୋଲି ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ରହିଛି ା ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୬୧୨ ଫୁଟ୍‌ ରହିଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୦ ହଜାର ୧୪୭ ଘନଫୁଟ୍‌ ଜଳ ପ୍ରବେଶ କରୁଥିବା ବେଳେ ପ୍ରାୟ ୩୯ ହଜାର ୮୪୨ ଘନଫୁଟ୍‌ ଜଳ ନିଷ୍କାସିତ ହେଉଛି। ଆଗକୁ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ବଢିବାରେ ଲାଗିଥିବାରୁ ବନ୍ୟାଜଳ ନିଷ୍କାସନ କରାଯାଇ ଜଳ ପରିଚାଳନା କରାଯିବ ବୋଲି କୁହାଯାଇଛି। ପ୍ରକାଶଥାଉ କି ୨୦୨୨ରେ ଜୁଲାଇ ୧୮ ଓ ୨୦୨୧ରେ ଜୁଲାଇ ୧୧ ତାରିଖରେ ବନ୍ୟାଜଳ ନିଷ୍କାସନ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ନଦୀ ପାର୍‌ ହେଉଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ

ତୁମୁଡ଼ିବନ୍ଧ,୨୨ା୯(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ମୁଣ୍ଡିଗଡ଼ ପଞ୍ଚାୟତର କାଣ୍ଡାମ ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା। ନଦୀରେ ଭାସିଯାଇ ଜଣେ...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri