Posted inଖେଳ

କ୍ରିକେଟ୍‌ ଇତିହାସରେ ପ୍ରଥମ: ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ରାଚିନ ରବିନ୍ଦ୍ର

ରାଉଲପିଣ୍ଡି,୨୪।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ନ୍ୟୁଜିଲାଣ୍ଡର ବ୍ୟାଟସମ୍ୟାନ ରାଚିନ ରବିନ୍ଦ୍ର ଇତିହାସ ରଚିଛନ୍ତି। ସେ ବିଶ୍ୱକପ ଏବଂ ଚାମ୍ପିଅନ୍ସ ଟ୍ରଫି ଡେବ୍ୟୁ ମ୍ୟାଚ୍‌ରେ ଶତକ ମାରିବାରେ ବିଶ୍ୱର ପ୍ରଥମ ଖେଳାଳି ହୋଇଛନ୍ତି। ଚାମ୍ପିଅନ୍ସ ଟ୍ରଫିରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ରବିନ୍ଦ୍ର ୧୧୨ ରନ କରିଥିଲେ, ଯାହା ଅନ୍ତର୍ଜାତୀୟ କ୍ରିକେଟ୍‌ରେ ତାଙ୍କର ଷଷ୍ଠ ଶତକ। ଏହା ପୂର୍ବରୁ, ସେ ୨୦୨୩ରେ ତାଙ୍କର ଦିନିକିଆ ବିଶ୍ୱକପ ଡେବ୍ୟୁ କରିଥିଲେ ଏବଂ ପ୍ରଥମ ମ୍ୟାଚ୍‌ରେ ହିଁ ଶତକ ମାରିଥିଲେ।
ଏହି ମ୍ୟାଚରେ ପ୍ରଥମେ ଖେଳି ବାଂଲାଦେଶ ନ୍ୟୁଜିଲାଣ୍ଡ ପାଇଁ ୨୩୭ ରନର ଟାର୍ଗେଟ ଦେଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ୱିଲ ୟଙ୍ଗ ଏବଂ କେନ ୱିଲିୟମସନଙ୍କ ଉଇକେଟ ହରାଇଥିଲା। ଡେଭନ କନୱେ ମଧ୍ୟ ୩୦ ରନ କରି ଆଉଟ ହୋଇଥିଲେ। ରବିନ୍ଦ୍ର ୧୦୫ ବଲରେ ୧୧୨ ରନର ଇନିଂସରେ ୧୨ ଚୌକା ଏବଂ ଗୋଟିଏ ଛକା ମାରିଲେ। ରବିନ୍ଦ୍ର ଟମ ଲାଥାମଙ୍କ ସହ ୧୨୯ ରନର ପାର୍ଟନରସିପ ମଧ୍ୟ କରିଥିଲେ।
ରାଚିନ ରବିନ୍ଦ୍ର ସେ ୫ ଅକ୍ଟୋବର ୨୦୨୩ରେ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ତାଙ୍କର ଦିନିକିଆ ବିଶ୍ୱକପ ଡେବ୍ୟୁ କରିଥିଲେ। ସେହି ମ୍ୟାଚ୍‌ରେ ସେ ଅପରାଜିତ ୧୨୩ ରନ କରି ନ୍ୟୁଜିଲାଣ୍ଡକୁ ୯ ଉଇକେଟ୍‌ରେ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri