Posted inରାଜ୍ୟ

ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି, ଏହି ତାରିଖ ସୁଦ୍ଧା ସରିବ ପ୍ରସ୍ତୁତି

ନୂଆଦିଲ୍ଲୀ,୩।୧୦: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଅର୍ଥ ରଣ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ ସ୍ଥିତି ସମୀକ୍ଷାକରିଛନ୍ତି ।

ଗୁରୁବାର ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ଉନ୍ନୟନକମିଶନର ଗର୍ଗ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭାଶର୍ମା, ବିଭାଗର ନିର୍ଦ୍ଦେଶିକା ମୋନିଷା ବାନାର୍ଜୀଙ୍କ ଉପସ୍ଥିତିରେ ୨ୟ ପର୍ଯ୍ୟାୟରେ ‘ସୁଭଦ୍ରା’ପ୍ରଥମ କିସ୍ତି ଅର୍ଥ ରାଶି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ କରାଯିବା ସଂପର୍କରେ ବୈଷୟିକ ଟିମ୍ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ,ରାଜ୍ୟ ସରକାରଙ୍କ ଧାର୍ଯ୍ୟ ଲକ୍ଷ୍ୟ ୧କୋଟି ହିତାଧିକାରୀଙ୍କ ମଧ୍ୟରୁ ପ୍ରଥମ କିସ୍ତି ପ୍ରଦାନ ପରେ ଅବଶିଷ୍ଟ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା୨୦୨୫ମାର୍ଚ୍ଚ ୮ତାରିଖ ପୂର୍ବରୁ ମିଳିବା ନେଇ ଲକ୍ଷ୍ୟ ରହିଛି ।ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଆଗାମୀ ଅକ୍ଟୋବର୯ ରେ ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

ଏହି ପରିପ୍ରେକ୍ଷୀରେ ୨ୟପର୍ଯ୍ୟାୟରେ ଯେତେ ଅଧିକ ସଂଖ୍ୟକ ସମ୍ଭବ ହିତାଧିକାରୀଙ୍କୁ ଅକ୍ଟୋବର ୯ତାରିଖରେ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରେରଣ କରାଯିବ, ସେଥି ପାଇଁ ପ୍ରକ୍ରିୟା ଜାରି ରହିଛି। ଅଦ୍ୟାବଧି ସୁଭଦ୍ରାରେ ପ୍ରାୟ ୯୮ ଲକ୍ଷ ଆବେଦନକାରୀ ପଞ୍ଜୀକରଣ କରିଛନ୍ତି । ଆବଶ୍ୟକ ବ୍ୟବସ୍ଥା ପାଇଁ ଅକ୍ଟୋବର ୬ ତାରିଖସୁଦ୍ଧା ପ୍ରସ୍ତୁତି ସାରିବାକୁ ସଂପୃକ୍ତ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି।

ଏଥିସହିତ ଯେଉଁ ହିତାଧିକାରୀମାନେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ କିସ୍ତି ଅର୍ଥରାଶି ପାଇଛନ୍ତି, ସେମାନଙ୍କ ପାଇଁ ଏକମତାମତ ସଂଗ୍ରହ ପ୍ରକ୍ରିୟା( ଫିଡ୍ ବ୍ୟାକ୍ ମନିଟରିଂ) ବ୍ୟବସ୍ଥା କରାଯିବାକୁ ଉନ୍ନୟନ କମିଶନର ଗର୍ଗ ପରାମର୍ଶ ଦେଇଥିଲେ। ଏହି ପ୍ରକ୍ରିୟାରେ ପ୍ରଥମ କିସ୍ତି ଅର୍ଥରାଶି ପାଇଥିବା ହିତାଧିକାରୀ କେତେ ଉତ୍ସାହିତ ଅଛନ୍ତି, ଏହି ଆର୍ଥିକ ସହାୟତା ସେମାନଙ୍କ ଜୀବନରେ କିପରି ସହାୟକ ହୋଇଛି ଆଦି ସଂପର୍କରେ ମତାମତ ନିଆଯିବ ବୋଲି ବୈଠକରେ ଆଲୋଚନା କରାଯାଇଥିଲା। ତତ୍ ସହିତ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ‘ସୁଭଦ୍ରା’ ସଂପର୍କିତ ଜନ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ କଳଙ୍କ: ମା’ଙ୍କୁ ବଳାତ୍କାର କଲେ ପୁଅ

ଦେବଗଡ଼,୩।୧୦(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କରେ ଲାଗିଛି କଳଙ୍କର ଛିଟା। ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା...

ଆହାର କେନ୍ଦ୍ରକୁ ନେଇ ଆସିଲା ମନ୍ତ୍ରୀଙ୍କ ବଡ଼ ବୟାନ

ସମ୍ବଲପୁର,୩।୧୦ (ଭବାନୀଶଙ୍କର ଭୋଇ): ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଜେଲ୍‌ ଛକ ସ୍ଥିତ ସାର୍ବଜନୀନ ଆହାର କେନ୍ଦ୍ର...

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣା: କୃଷକ ସଙ୍ଗଠନର ଆନ୍ଦୋଳନ ଚେତାବନୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀନେତା ତଥା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅଭ୍ୟାସଗତ ଅପରାଧୀ ଭାବେ ଉଲ୍ଲେଖ କରିବା ଏବଂ...

ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ

ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ...

ଓଡ଼ିଶାରେ ହେବ ଶିଳ୍ପ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ...

ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର  ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ...

ଯାଜପୁର ଦେଖିବ ଉପନିର୍ବାଚନ? ଗଣେଶ୍ୱର ବେହେରାଙ୍କ ବୟାନ ପରେ ବଢିଲା ଚର୍ଚ୍ଚା

ଭୁବନେଶ୍ୱର,୩।୧୦: ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ବବି ଦାସଙ୍କ ପୁଣିଥରେ ନିର୍ବାଚନ ଲଢିବା ବୟାନକୁ ନେଇ ରାଜନୀତି ଜୋର ଧରିଛି। ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri