ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁମ୍ବାଇସ୍ଥିତ ସିବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ସଞ୍ଜୁ ଭି ମଙ୍ଗରୁଲକର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିବିଆଇର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ମୁମ୍ବାଇସ୍ଥିତ ସିବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ସଞ୍ଜୁ ଭି ମଙ୍ଗରୁଲକର ନିକଟରେ ଭୁବନେଶ୍ୱର ଆସିଥିଲେ। ତାଙ୍କର ଏହି ପ୍ରଥମ ଗସ୍ତ ଅବସରରେ ସେ ବ୍ୟାଙ୍କର ପ୍ରଥମ ମହିଳା ଶାଖାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମଙ୍ଗରୁଲକର ଉପସ୍ଥିତ ସମସ୍ତଙ୍କୁ ସମ୍ବୋଧନ କରିବା ସହ ମହିଳାମାନେ ବିଭିନ୍ନ କ୍ଷେତ୍ରରେ ଅଗ୍ରଣୀ ରହୁଥିବା ବେଳେ ମହିଳା ଶାଖାର ଗୁରୁତ୍ୱ ମହିଳା ଉଦ୍ୟୋଗୀମାନଙ୍କର ଆବଶ୍ୟକତାକୁ ପୂରଣ କରିବା ସହ ବ୍ୟାଙ୍କର ବ୍ୟବସାୟିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ ବୋଲି ସେ କହିଥିଲେ। ସେହିଭଳି ବ୍ୟାଙ୍କ ପକ୍ଷରୁ ଆୟୋଜିତ ଗ୍ରାହକ ସମ୍ମିଳନୀରେ ଯୋଗ ଦେଇ ସେ ଗ୍ରାହକମାନଙ୍କ ସହ ଭାବାନୁପ୍ରଦାନ କରିବା ସହ ସେମାନଙ୍କୁ ସର୍ବୋତ୍ତମ ଗ୍ରାହକ ସେବା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅପରପକ୍ଷରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ଅନ୍ତର୍ଗତ ସମସ୍ତ ଶାଖା ମୁଖ୍ୟମାନଙ୍କର ଏକ ସମୀକ୍ଷା ବୈଠକ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗରୁଲକର ପ୍ରତ୍ୟେକ ଅଭାବୀ ଗ୍ରାହକଙ୍କ ନିକଟରେ ପହଞ୍ଚତ୍ବାକୁ ସେ ଶାଖା ମୁଖ୍ୟମାନଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସିବିଆଇର ରାୟପୁର ଆଞ୍ଚଳିକ ମୁଖ୍ୟ ବି.ଆର୍‌.ରାମକ୍ରିଷ୍ଣା ନାଏକ, ସିବିଆଇ ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଶ୍ରୀଶ କୁମାର ଶର୍ମା, ଉପ-କ୍ଷେତ୍ରୀୟ ମୁଖ୍ୟ ସୁରେଶ ଚନ୍ଦ୍ର ଏବଂ ନୟାପଲ୍ଲୀ ଶାଖାର ଶାଖା ମୁଖ୍ୟ ଦୀପିକା ଶ୍ରଦ୍ଧାଞ୍ଜଳିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri