ବାୟୁସେନା ଅଧିକାରୀଙ୍କ ସମେତ ୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଶୁକ୍ରବାର ଏକ ଆକ୍ରମଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ବାୟୁସେନାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ କରିଛନ୍ତି। ଗତ ୨୦୧୯ ମାର୍ଚ୍ଚ ୧ ତାରିଖରେ ଦିଗପହଣ୍ଡି ଥାନା ଅନ୍ତର୍ଗତ ବି. ତୁରୁବୁଡି ଗ୍ରାମର ସେନା ଅଧିକାରୀ ଏ. ଭଗବାନ ପାତ୍ରଙ୍କ ସମେତ ଏ. ଗଣେଶ ପାତ୍ର, ଏ. କୁମାରୀ ପାତ୍ର, ଏ.କୈଳାସ ପାତ୍ର ଏବଂ ବିନୁ ପାତ୍ର ସମସ୍ତେ ସଂଘବଦ୍ଧ ଭାବେ ସେହି ଗ୍ରାମର ଏସ. ଲକ୍ଷ୍ମୀ ରେଡ୍ଡୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଘଟଣାରେ ଦିଗପହଣ୍ଡି ପୋଲିସ ତଦନ୍ତ କରି ସମସ୍ତ ଅଭିଯୁକ୍ତମାନଙ୍କ ବିରୋଧରେ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ । କୋର୍ଟରେ ସମୁଦାୟ ୮ ଜଣ ସାକ୍ଷୀଙ୍କ ବୟାନ ଲିପିବଦ୍ଧ କରାଯାଇଥିଲା। ତେବେ ମାମଲାରେ ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ମାଜିଷ୍ଟ୍ରେଟ ସେମାନଙ୍କୁ ବିଚାରାଧୀନ ମକଦ୍ଦମା ରୁ ଖଲାସ କରିଥିବା ଜଣାପଡିଛି। ଅଭିଯୁକ୍ତମାନଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରସାନନ୍ଦ ରାଉତ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆର ୨୧ଅଞ୍ଚଳ ଆନ୍ଧ୍ରକୁ ଦେବ ଭାଜପା ସରକାର: କାଡାମ

ଭୁବନେଶ୍ୱର, ୧ା୪(ସୁନିତ୍‌ ମିଶ୍ର): କେନ୍ଦ୍ରରେ ସରକାରକୁ ବଞ୍ଚାଇବା ପାଇଁ ଭାଜପାର ଡବଲ ଇଞ୍ଜିନ ସରକାର ଯୌତୁକ ହିସାବରେ କୋଟିଆର ୨୧ ଅଞ୍ଚଳକୁ ଆନ୍ଧ୍ର ହାତକୁ ଟେକିଦେବା...

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

କଠିନ ପରିଶ୍ରମ ଛାତ୍ରୀଛାତ୍ରଙ୍କ ଉନ୍ନତିର ମୂଳମନ୍ତ୍ର

ଲାଞ୍ଜିଗଡ,୧।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ବେଦାନ୍ତ ଟାଉନସିପ ଅନ୍ତର୍ଗତ ବିଦ୍ୟାଳୟ ପରିସରଠାରେ ଅନୁଷ୍ଠିତ...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image