Categories: ଜାତୀୟ

ବିଷାକ୍ତ ମଦ ପିଇ ୫ ମୃତ, ୧୪ ଗୁରୁତର

ଭିଲୁପୁରମ୍‌,୧୪।୫: ତାମିଲନାଡୁ ଭିଲୁପୁରମ୍‌ ଜିଲାରେ ବିଷାକ୍ତ ମଦ ପିଇ ଜଣେ ମହିଳାଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୪ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ବିଷାକ୍ତ ମଦ ପିିଇ ଅସୁସ୍ଥ ହେବା ପରେ ୫ଜଣଙ୍କୁ ଶନିବାର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ରବିବାର ଅନ୍ୟ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟପକ୍ଷେ ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣଙ୍କୁ ପୋଲିସ ଗିରଫ କରି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି। ପ୍ରାଣ ହରାଇଥିବା ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଷ୍ଟାନିଲ୍‌ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

Share