ବାଦଲ ଫଟା ବର୍ଷା ଯୋଗୁ ହଠାତ୍‌ ବନ୍ୟା: କେନିଆ-ସୋମାଲିଆରେ ୪୦ରୁ ଅଧିକ ମୃତ, ରାସ୍ତା ଜଳମଗ୍ନ…

ନାଇରୋବି,୭।୧୧: କେନିଆ ଏବଂ ସୋମାଲିଆରେ ବାଦଲ ଫଟା ବର୍ଷା ଏବଂ ଫ୍ଲାସ ବନ୍ୟା ଯୋଗୁଁ ଏପର୍ଯ୍ୟନ୍ତ ପ୍ରାୟ ୪୦ ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ହଜାର ହଜାର ଲୋକ ବିସ୍ଥାପିତ ହୋଇଛନ୍ତି। ସୋମାଲିଆରେ ବନ୍ୟା ପାଣିରେ ୨୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଘର, ରାସ୍ତା ଓ ପୋଲ ନଷ୍ଟ ହେବା ପରେ ସରକାର ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଜରୁରୀକାଳୀନ ଏବଂ ଉଦ୍ଧାର କର୍ମଚାରୀମାନେ ଦକ୍ଷିଣ ସୋମାଲିଆର ଜୁବାଲାଣ୍ଡ ରାଜ୍ୟର ଲୁକ ଜିଲାର ବନ୍ୟା ଜଳରେ ଫସି ରହିଥିବା ପ୍ରାୟ ୨୪୦୦ବାସିନ୍ଦାଙ୍କ ନିକଟରେ ପହଞ୍ଚିବାକୁ ଚେଷ୍ଟା କରୁଥିଲେ।

ମିଳିତ ଜାତିସଂଘର ମାନବ ସମ୍ବଳ ସମନୱୟ କାର୍ଯ୍ୟାଳୟ ଜୁବା ଏବଂ ଶାବଲେ ନଦୀ କୂଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରି ଜୁବାରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଛନ୍ତି।

ଏଜେନ୍ସି ପରିଚାଳନା ନିର୍ଦ୍ଦେଶକ ହାସନ ଇସେ ନ୍ୟୁଜ ଏଜେନ୍ସି ଆସୋସିଏଟେଡ ପ୍ରେସକୁ କହିଛନ୍ତି ସୋମାଲିଆ ବିପର୍ଯ୍ୟୟ ପରିଚାଳନା ଏଜେନ୍ସି ଡୋଲୋକୁ ବିମାନ ପଠାଇବା ସହ ଲୁକକୁ ଦୁଇଟି ଡଙ୍ଗା କିସମାୟୋରୁ ପଠାଯାଇଛି। ଇସାୟ କହିଛନ୍ତି ଇଥିଓପିଆର ଉଚ୍ଚଭୂମିକୁ ଅଧିକ ଜଳ ଆସୁଥିବାରୁ ଆସନ୍ତା କିଛି ଦିନ ମଧ୍ୟରେ ବର୍ତ୍ତମାନର ବନ୍ୟା ପରିସ୍ଥିତି ଆହୁରି ଖରାପ ହେବ ବୋଲି ଆଶା କରାଯାଉଛି।

ପ୍ରବଳ ବର୍ଷା ବର୍ତ୍ତମାନ ଲଗାତାର ଚାରି ବର୍ଷ ଧରି ମରୁଡ଼ିର ସମ୍ମୁଖୀନ ହୋଇଥିବା ସୋମାଲିଆକୁ ଦୁର୍ଭିକ୍ଷ ସଙ୍କଟକୁ ଠେଲି ଦେଇଛି। ପଡୋଶୀ କେନିଆରେ ପ୍ରବଳ ବର୍ଷା ଆରମ୍ଭ ହେବା ପରଠାରୁ ମୃତ୍ୟୁ ସଂଖ୍ୟା ୧୫ କୁ ବୃଦ୍ଧି ପାଇଛି।

କେନିଆ ରେଡ କ୍ରସ ରିପୋର୍ଟ କରିଛି ବନ୍ୟାରେ ୨୪୧ ଏକର କୃଷି ଜମି ନଷ୍ଟ ହୋଇଯାଇଛି ଏବଂ ୧,୦୬୭ ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। କେନିଆର ପାଣିପାଗ ବିଭାଗର ଅଧିକାରୀମାନେ ସେପ୍ଟେମ୍ବରରୁ ଚେତାବନୀ ଦେବା ଆରମ୍ଭ କରିଥିଲେ ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଏଭଳି ସ୍ଥିତି ଉପୁଜିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri