ଶ୍ରୀମନ୍ଦିରରେ ପୁଣି ଲାଗିଲା ଲାଇଟ୍, ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟଶାସନ ସଚିବ

ପୁରୀ,୮।୬: ପୁଣି ଚମକିବ ଶ୍ରୀମନ୍ଦିର, ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ପରେ ଲାଗିଲା ଲାଇଟ୍। ଶ୍ରୀମନ୍ଦିରରୁ ଲାଇଟ ଖୋଲି ନେଇଯିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଶନିବାର ନିଜେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ହସ୍ତକ୍ଷେପ ପରେ ସ୍ଥିତି ବଦଳିଛି। ଲାଇଟ୍ ଖୋଲି ନେଇଥିବା ସଂସ୍ଥା ଶନିବାର ପୁଣି ଲାଇଟ୍ ଲଗାଇଛି।

ରାଜ୍ୟରେ ସରକାର ବଦଳିବା ପରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଆଲୋକୀକରଣ ଦାୟିତ୍ୱରେ ଥିବା ଠିକା ସଂସ୍ଥା ରାତା ରାତି ଲାଇଟ୍ ଖୋଲି ନେଇଯିବା ପରେ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଥିଲା। ଏହାକୁ ନେଇ ଶ୍ରୀମାନିର ସେବାୟତ ଏବଂ ସାଧାରଣ ଶ୍ରଦ୍ଧାଳୁ ଅସନ୍ତୋଷ ପ୍ରକାଶ କରିଥିଲେ।

ଏହାପରେ ଶନିବାର ସକାଳୁ ମୁଖ୍ୟା ଶାସନ ସଚିବ ପ୍ରଦୀପ ଜେନା ଘଟଣାର ତଦନ୍ତ କରିବାକୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅପରପକ୍ଷେ ପୂର୍ବରୁ ଆଲୋକୀକରଣ ପାଇଁ ନିୟୋଜିତ ଥିବା ଠିକା ସଂସ୍ଥା ଲାଇଟ ଖୋଲି ନେଇଥିଲା ବେଳେ ଗତକାଲି ବିଳମ୍ବିତ ରାତିରେ ଶ୍ରୀମନ୍ଦିର ଭିତରେ କେବୁଲ୍ ଖୋଲୁଥିବା ବେଳେ ୪ ଜଣଙ୍କୁ ଅଟକ ରଖିଥିଲା ବଡଦାଣ୍ଡ ପୋଲିସ। ଆଲୋକୀକରଣ ବନ୍ଦ ପରେ ସେମାନେ କେବୁଲ୍ ଖୋଲୁଥିଲେ।

କିନ୍ତୁ ଦିନ ୨ ଟା ବେଳକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଶ୍ରୀମନ୍ଦିର ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହାପରେ ଯେଉଁ ସଂସ୍ଥା ଲାଇଟ ଖୋଲି ନେଇଥିଲା ପୁଣି ସଂସ୍ଥାର ୧୦ ଜଣ କର୍ମଚାରୀ ଲାଇଟ୍ ଲଗାଉଛନ୍ତି। ଠିକା ସଂସ୍ଥା ”ଥାର୍ଡ ୱେବ” ଶ୍ରୀମନ୍ଦିର ଆଲୋକୀକରଣ ପାଇଁ ନିୟୋଜିତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri