ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା ପ୍ରବଳ ବର୍ଷା ଫଳରେ ବାଲେଶ୍ୱର ଜିଲାରେ ପ୍ରବାହିତ ବୁଢ଼ାବଳଙ୍ଗ ଓ ସୋନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ରେମୁଣା, ସଦର ଓ ନୀଳଗିରି ବ୍ଲକର ତଳିଆ ଅଞ୍ଚଳରେ ବନ୍ୟାଜଳ ପ୍ରବେଶ କରିଛି। ନୀଳଗିରିଠାରେ ଏକ ଅସ୍ଥାୟୀ ପୋଲ ଭାସିଯିବାରୁ ୧୦ ଗଁା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ରେମୁଣା ଅଞ୍ଚଳର ବନ୍ୟା ପାଣିଘେରରୁ ୧୯ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ବୁଢ଼ାବଳଙ୍ଗ ନଦୀର ଗୋବିନ୍ଦପୁର ରିଡିଂ ପଏଣ୍ଟଠାରେ ସତର୍କ ସଂକେତ ୭.୨୧ ମିଟର ଓ ବିପଦ ସଂକେତ ୮.୧୩ ମିଟର ଥିବା ବେଳେ ଶନିବାର ସନ୍ଧ୍ୟା ୫ଟା ସୁଦ୍ଧା ଜଳସ୍ତର ୭.୮୪ ମିଟରରେ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରେମୁଣା ବ୍ଲକର ହରିପୁର, ଦହପଡ଼ା, କଲ୍ୟାଣପୁର, ଗଣ୍ଡରଦା, ନିଜାମପୁର, ବଢପାଳ, ଭୀମପୁରା, ସଦର ବ୍ଲକର ବଇଞ୍ଚା, ସିନ୍ଧିଆ, ବୁଆଁଳ ଓ ନଗ୍ରମ ଆଦି ପଞ୍ଚାୟତର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବିଭିନ୍ନ ସ୍ଥାନରେ ମୁଖ୍ୟରାସ୍ତାରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ସୋନ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ରାତିରେ ହଠାତ୍‌ ୩/୪ ଫୁଟ ଉଚ୍ଚତାରେ ଜଳ ମାଡ଼ିଆସିବାରୁ ନୀଳଗିରି ବ୍ଲକ ବେଗୁନିଆ ପଞ୍ଚାୟତ ସୋନ ନଦୀର ଶାଖା ଯୋଡ଼ ଉପରେ ନୂତନ ଭାବେ ନିର୍ମାଣ ହେଉଥିବା ପୋଲ ନିକଟରେ ଥିବା ଅସ୍ଥାୟୀ ପୋଲ ଭାସିଯାଇଥିଲା। ଫଳରେ ଏହି ପୋଲ ଉପରେ ନିର୍ଭରଶୀଳ ୧୦ରୁ ଊର୍ଦ୍ଧ୍ୱ ଗାଁ ବେଗୁନିଆ, ତୋଟାପଡ଼ା, ସଂଶାପାଳ, ଦୋବାଟି, ଡୁମଗଣ୍ଡିରା, ନିଶଙ୍ଖପୁର ଆଦି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ଏହି ରାସ୍ତା ଦେଇ ଗମନାଗମନ କରୁଥିବା ଜନସାଧାରଣଙ୍କ ସହ ଆମ୍ବୁଲାନ୍ସ, ଦମକଳ ଓ ସମସ୍ତ ଜରୁରୀକାଳୀନ ସେବା ପାଇଁ ଅଧିକ ୧୫ କି.ମି. ଦୂର ରାସ୍ତାରେ ଯାତାୟାତ କରିବାକୁ ପଡୁଛି। ଫଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବନ୍ୟାଜଳ ପ୍ରବେଶ ଯୋଗୁ ଲୋକଙ୍କ ଦୁର୍ଦ୍ଦଶା ବଢ଼ିବା ସହ ଚାଷଜମି ଜଳାର୍ଣ୍ଣବ ହୋଇ ବ୍ୟାପକ କ୍ଷତି ଘଟିଛି। ରେମୁଣା ବ୍ଲକ ଅଧୀନ ଦହପଡ଼ା ନିକଟରେ ଜଳମଗ୍ନ ଥିବା ଏକ ଇଟାଭାଟି ସଂଲଗ୍ନ ଆଜବେଷ୍ଟସ ଘର ଛାତରୁ ୩ଜଣ ଶ୍ରମିକଙ୍କୁ ବାଲେଶ୍ୱର ଦମକଳ ବାହିନୀ ପକ୍ଷରୁ ପାୱାର ବୋଟ୍‌ ଯୋଗେ ଉଦ୍ଧାର କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେହିପରି ରେମୁଣା ବ୍ଲକ ଭୀମପୁରା ଅଞ୍ଚଳର ବନ୍ୟା ପାଣିଘେରରେ ଥିବା ୫ଜଣଙ୍କୁ, କାଠସଙ୍ଗଡ଼ା ଅଞ୍ଚଳର ଦୁଇ ପରିବାରର ୧୦ଜଣଙ୍କୁ ଏବଂ କସିମିଳା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ଆଶ୍ରୟସ୍ଥଳୀରେ ରଖାଯାଇଛି। ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ରେମୁଣା ଓ ସଦର ବ୍ଲକର ବନ୍ୟାଗ୍ରସ୍ତ ଅଞ୍ଚଳର ଲୋକଙ୍କୁ ସ୍ଥାନୀୟ ବାତ୍ୟା ଆଶ୍ରୟସ୍ଥଳୀ ଓ ସୁରକ୍ଷିତ ଅସ୍ଥାୟୀ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ହେବା ପାଇଁ ପ୍ରଶାସନ ପକ୍ଷରୁ ମାଇକ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ...

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ...

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ...

ଗଣମାଧ୍ୟମରେ ଏଆଇ ବ୍ୟବହାରର ତର୍ଜମା ହେଉ: ଏନ୍‌. ରାମ

ଭୁବନେଶ୍ୱର,୨୭ା୧୦(ଅନିଲ ଦାସ): ମିଡିଆ ସଂସ୍ଥାଗୁଡ଼ିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାରର ତର୍ଜମା କରନ୍ତୁ ବୋଲି ‘ଦି ହିନ୍ଦୁ’ର ପୂର୍ବତନ ଏଡିଟର୍‌-ଇନ୍‌-ଚିଫ୍‌ ଏନ୍‌.ରାମ କହିଛନ୍ତି। ଶନିବାର ପ୍ରେସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri