ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍‌ ଅତିକ୍ରମ କରିବ ବନ୍ୟାଜଳ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନ କରିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଭକ୍ତ ରଞ୍ଜନ ମହାନ୍ତି। କେବଳ ତଳିଆ ଅଞ୍ଚଳରେ ପାଣି ପଶିପାରେ। ଏନେଇ ସତର୍କ ରହିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍‌ ଅତିକ୍ରମ କରିବ ବନ୍ୟାଜଳ। ତଳିଆ ଅଞ୍ଚଳ କଣାସ, ଧନୁଆରେ ପାଣି ପଶିପାରେ ବୋଲି ସେ ସତର୍କ କରାଇଛନ୍ତି।

ଏନେଇ ଖୋର୍ଦ୍ଧା, ପୁରୀ ଜିଲାର ଅଧିକାରୀଙ୍କୁ ସଜାଗ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବୈତରଣୀ ଜଳସ୍ଥର ବଢୁଥିବା ବେଳେ ବଡ଼ ବର୍ଷା ନ ହେଲେ ଜଳସ୍ତର ଖସିବ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ଜଳକା ଆଦି ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri