ଚିଖିଲିକୁ ପଶିଲା ବନ୍ୟାଜଳ:  ଚାଷଜମି ଜଳମଗ୍ନ

ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀର ଜଳପତ୍ତନ ବୃଦ୍ଧି ସାଙ୍ଗକୁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି । ଏଭଳିସ୍ଥଳେ ହୀରାକୁଦ ଜଳଭଣ୍ଡାରର ସୀମାବର୍ତ୍ତୀ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ଗ୍ରାମକୁ ବନ୍ୟାଜଳ ପଶିଛି । ଗ୍ରାମର ସ୍କୁଲ  ନିକଟରେ ଶନିବାର ସକାଳ  ସୁଦ୍ଧା ବନ୍ୟାଜଳ ପଶି ସାରିଛି । ତେବେ ହୀରାକୁଦ ଜଳଭଣ୍ଡାରର ଅଧିକ ଗେଟ ଖୋଲା ନ ଗଲେ କିମ୍ବା ଉପରମୁଣ୍ଡରେ ଅଧିକ ବର୍ଷା ହେଲେ ଚିଖିଲି ଗ୍ରାମ ଜଳମଗ୍ନ ହେବାର ଆଶଙ୍କା ଦେଖାଯାଇଛି ।
ଅନ୍ୟପକ୍ଷରେ ଇତିମଧ୍ୟରେ ଚିଖିଲି ସମେତ ଅନ୍ତରାଡି, ବେନିଆପାଲି ଆଦି ଆଖପାଖ ଅଞ୍ଚଳର ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ ହୋଇ ସାରିଛି । ଫଳରେ ଧାନ, ପରିବା ଆଦି ଫସଲ ପ୍ରଭାବିତ ହୋଇଛି । ସେହିପରି କୁଶମୁଦା ବ୍ରିଜ ଉପରେ ବନ୍ୟାଜଳ ପ୍ରବାହିତ ଯୋଗୁ ଅମ୍ବାଭୋନା-ଡୁଙ୍ଗୁରି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଛତିଶଗଡର ସରଗୁଜା, ଗାଙ୍ଗରେଲ, ସାରାଡିହି, କଲାମ ଆଦି ବ୍ୟାରେଜରୁ ମହାନଦୀକୁ ମାତ୍ରାଧିକ ବନ୍ୟାଜଳ ନିଷ୍କାସନ ଯୋଗୁ ଏଭଳି ସ୍ଥିତି ଉପୁଜିଥିବା  କୁହାଯାଉଛି ।

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri