ଅନ୍ଧାରରେ ଶ୍ରୀମନ୍ଦିର, ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ପୁରୀ,୮।୬: ରାଜ୍ୟରେ ସରକାର ପରିବର୍ତନ ହେବା ପରେ ଅନ୍ଧାର ହୋଇଯାଇଛି ପୁରୀ ଶ୍ରୀମନ୍ଦିର। ଯାହାକୁ ନେଇ ସାରା ରାଜ୍ୟରେ ଏବେ ଚର୍ଚ୍ଚା ସୃଷ୍ଟି ହୋଇଛି। ତେବେ ପୂର୍ବରୁ ଆଲୋକୀକରଣ ପାଇଁ ନିୟୋଜିତ ଥିବା ଠିକା ସଂସ୍ଥା ଲାଇଟ ଖୋଲି ନେଇଥିଲା ବେଳେ ଗତକାଲି ବିଳମ୍ବିତ ରାତିରେ ଶ୍ରୀମନ୍ଦିର ଭିତରେ କେବୁଲ୍ ଖୋଲୁଥିବା ବେଳେ ୪ ଜଣଙ୍କୁ ଅଟକ ରଖିଛି ବଡଦାଣ୍ଡ ପୋଲିସ। ଆଲୋକୀକରଣ ବନ୍ଦ ପରେ ସେମାନେ କେବୁଲ୍ ଖୋଲୁଥିଲେ।

ଅପରପକ୍ଷରେ ଏହି ଘଟଣାକୁ ନେଇ ତଦନ୍ତ କରିବାକୁ ଏବଂ ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା।

ଓଡିଶାରେ ନିର୍ବାଚନ ଫଳାଫଳ ପରେ ରାଜନୈତିକ ଦୃଷ୍ଟିକୋଣରୁ ଏକ ବଡ଼ ପରିବର୍ତ୍ତନ ସହିତ ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ଲଗାଯାଇଥିବା ଫୋକସ୍ ଲାଇଟ୍ ବନ୍ଦ ହୋଇଯାଇଛି। ଏହି ଘଟଣା ପରେ ଶୀଘ୍ର ଆଲୋକ ପୁନରୁଦ୍ଧାର ପାଇଁ ଉଦ୍ୟମ କରାଯାଉଛି।

ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍ଘାଟନ କାର୍ଯ୍ୟକ୍ରମରେ ମନ୍ଦିର ଚାରିପାଖରେ ଲଗାଯାଇଥିବା ଫୋକସ୍ ଲାଇଟ୍ ଦୁଇ ଦିନ ପୂର୍ବରୁ ନିୟୋଜିତ ଥିବା ଠିକା ସଂସ୍ଥା ଖୋଲି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି।...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image