୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଆସନ୍ତା ୩ ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡ଼ା,ନୟାଗଡ଼, କଟକ, ଜଗତ୍‌ସିଂହପୁର ଏବଂ ଅନୁଗୋଳ ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡ଼ିରେ ୧୧, ବୌଦ୍ଧରେ ୧୫, କୋରାପୁଟରେ ୧୧.୬, ବଲାଙ୍ଗୀରରେ ୧୪.୩, ତାଳଚେରରେ ୧୪, ସୁନ୍ଦରଗଡ଼ରେ ୧୧, ଝାରସୁଗୁଡ଼ାରେ ୧୨.୬, ଅନୁଗୋଳରେ ତାପମାତ୍ରା ୧୩.୬ ଡିଗ୍ରୀ ରେକର୍ଡ କରାଯାଇଛି।

Share