ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: ଭି.କେ. ପାଣ୍ଡିଆନ

ଭୁବନେଶ୍ୱର,୫।୧:ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-ଟି ତଥା ‘ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ବ୍ଲକ ଓ ଜିଲା ଲୋକକଳା ସଂସ୍କୃତି ସଂଘ ପ୍ରତିନିଧିମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗଦେଇ ସେ ଏପରି ମନ୍ତବ୍ୟ ଦେଇଛନ୍ତି ।
ସେ ଆହୁରି କହିଛନ୍ତି, ସଂସ୍କୃତିକୁ ଗତିଶୀଳ କରିବା ନିମନ୍ତେ ଲୋକକଳା ପ୍ରତି ଯୁବପିିଢିଙ୍କୁ ଆକୃଷ୍ଟ କରିବାକୁ ପଡିବ । ଲୋକକଳା ବଞ୍ଚିବାକୁ ହେଲେ କଳାକାରମାନଙ୍କ ଉନ୍ନତି ହେବା ଉଚିତ ବୋଲି ସେ କହିଛନ୍ତି । ଏଥି ନିମନ୍ତେ ସରକାର ଆସନ୍ତା ୩ରୁ ୪ ମାସ ମଧ୍ୟରେ କଳାକାରମାନଙ୍କୁ ଖୁସି ଖବର ଦେବେ ବୋଲି ସେ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ କଳାପ୍ରେମୀ ହୋଇଥିବାରୁ କଳାକାରମାନଙ୍କ ଉନ୍ନତି ନିମନ୍ତେ ସେ ସର୍ବଦା ଗୁରୁତ୍ୱାରୋପ କରୁଛନ୍ତି । ମିଶନ ଶକ୍ତି ଯେପରି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି ଏବଂ ମହିଳାମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି ଅନୁରୂପ ଢାଞ୍ଚାରେ କଳାକାର ସଂଘକୁ ସଶକ୍ତ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସଂଘକୁ ୫-ଟି ମଧ୍ୟରେ ଅନ୍ତର୍ଭୁକ୍ତ କରାଯିବା ସହ ବ୍ଲକ ଏବଂ ଜିଲାସ୍ତରୀୟ ସଂଘ କାର୍ଯ୍ୟାଳୟ ଖୋଲାଯିବ

ଏହି ଅବସରରେ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ସ୍ବତନ୍ତ୍ର ଶାସନ ସଚିବ ମଧୁସୂଦନ ଦାସ, ମିଶନ ଶକ୍ତି ଯୁଗ୍ମ ଶାସନ ସଚିବ ବିନୋଦ ଜେନା, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଅତସୀ ଦାସ, ସୁବୋଧ ଆଚାର୍ଯ୍ୟ, ଉପନିର୍ଦ୍ଦେଶିକା ସୁଚିସ୍ମିତା ମନ୍ତ୍ରୀ, ସୂଚନା, ଶିକ୍ଷା ଓ ଯୋଗାଯୋଗ ଅଭିଯାନର ପରାମର୍ଶଦାତା କୃଷ୍ଣଚନ୍ଦ୍ର ନିଶାଙ୍କ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri